ଅପରାଧ ରାଜ୍ୟ

ଲିଫ୍ଟ ମାଗିବା ବାହାନାରେ ବ୍ୟବସାୟୀଙ୍କୁ ଅଟକାଇଲେ, ଭୁଜାଲିରେ ହାଣି ଲୁଟିନେଲେ ୨୫ ହଜାର ଟଙ୍କା

ଜଳେଶ୍ବର ୨୬।୭: ଲିଫ୍ଟ ମାଗିବା ବାହାନାରେ ରାସ୍ତା ଯାଉଥିବା ବ୍ୟବସାୟୀଙ୍କୁ ଅଟକାଇ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରି ୨୫ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମଥାନୀ ଅଣ୍ଡର ବାଇପାସ୍ ନିକଟରେ ମଙ୍ଗଳବାର ସକାଳ ୯ଟା ସମୟରେ ଲକ୍ଷ୍ମଣପଡା ଗ୍ରାମର ବ୍ୟବସାୟୀ ପଞ୍ଚାନନ ମହାନ୍ତି ନିଜ ଦୋକାନ ପାଇଁ ଜିନିଷ ଆଣିବାକୁ ବାଇକ୍‌ରେ ଜଳେଶ୍ବର ଯାଉଥିଲେ । ସେହି ସମୟରେ ଦୁଇଟି ବାଇକରେ ୫ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଲିଫ୍ଟ ମାଗିବା ବାହାନାରେ ଅଟକାଇ ଥିଲେ । ପଞ୍ଚାନନ ବାଇକ ସ୍ଲୋ କରିବା ପରେ ଦୁର୍ବୃତ୍ତମାନେ ତାଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଥିଲେ । ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡି ଛଟପଟ ହେଉଥିବା ବେଳେ ବାଇକ୍ ଡିକି ଭାଙ୍ଗି ସେଥିରେ ଥିବା ୨୫ ହଜାର ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ସ୍ଥାନୀୟ ଲୋକେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।