ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଲୋକସଭା ବାଚସ୍ପତିଙ୍କ ନାଁରେ ଫେକ୍‌ ଆକାଉଣ୍ଟ, ଠକ ତିଆରି କରିଥିଲା ହ୍ବାଟସଆପ୍ ଆକାଉଣ୍ଟ

କଟକ ୦୨।୦୫ : ବାଚସ୍ପତିଙ୍କ ନାଁରେ ଫେକ୍‌ ଆକାଉଣ୍ଟ । ସିମ୍‌ ଜାଲିଆତି ଘଟଣାରେ ଏପରି ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଛି । ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ନାଁରେ ହୋଇଥିଲା ହ୍ବାଟସଆପ ଆକାଉଣ୍ଟ । ଓଡ଼ିଶା ସର୍କଲର ଏକ BSNL ନମ୍ବରକୁ ବ୍ୟବହାର କରିଥିଲେ ଠକ।

ଖବର ଅନୁଯାୟୀ, ରବିବାର ଦିନ କ୍ରାଇମବ୍ରାଞ୍ଚ ସିମ୍‌ ଜାଲିଆତି କାର୍‌ବାର ନେଇ ଏକ ରାକେଟ୍‌କୁ ଠାବ କରିଥିଲା । ଏହି ଗ୍ୟାଙ୍ଗକୁ ଠାବ କରିବା ପରେ ଏବେ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଛି । ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନାଁକୁ ବ୍ୟବହାର କରିଥିଲେ ସାଇବର ଠକ ।ବାଚସ୍ପତିଙ୍କ ନାଁରେ ତିଆରି କରିଥିଲେ ଜାଲ ଆକାଉଣ୍ଟ । ଓଡ଼ିଶା ସର୍କଲର ଏକ ବିଏସଏନଏଲ ସିମକୁ ବାଚସ୍ପତିଙ୍କ ହ୍ବାଟ୍ସଆପ ନମ୍ବର ଭାବେ ଦର୍ଶାଇଥିଲେ ଦୃବୁର୍ତ୍ତ । ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ । ରିମାଣ୍ଡ ପାଇଁ ଆଜି କୋର୍ଟରେ ଆବେଦନ କରିବ କ୍ରାଇମ୍‌ବ୍ରାଞ୍ଚ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।