ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଶପଥ ନେଲେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ସଂଘର ନୂତନ କର୍ମକର୍ତ୍ତା

ଚଣ୍ଡିଖୋଲ,୨୮/୧୨: ଯାଜପୁର ଜିଲ୍ଲା ବଡ଼ଚଣା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ସଂଘର ନୂଆ କର୍ମକର୍ତ୍ତା ନିର୍ବାଚିତ ହୋଇଛନ୍ତି । ନବ ନିର୍ବାଚିତ ନୂତନ କର୍ମକର୍ତ୍ତାଙ୍କ ଶପଥପାଠ ଉତ୍ସବ ବଡ଼ଚଣା ଠାରେ ଅନୁଷ୍ଠିତ ହୋଇ ଯାଇଛି.।

ରାଜ୍ୟ ଫେଡେରେସନ ମହାସଚିବ ଅମୀୟ କୁମାର ଦାସଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ସେ ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ.। ଫେଡେରେସନର ଉପସଭାପତି, ଜିଲ୍ଲା ସଭାପତି, ବ୍ଲକ ଶିକ୍ଷାଧିକାରୀ ଓ ବହୁ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଗାମୀ ଦିନରେ ନିଜର କାର୍ଯ୍ୟ ସଠିକ ଭାବେ ତୁଲାଇବେ ବୋଲି ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶପଥ ନେଇଥିଲେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି