ଧର୍ମ

ଶରଧାବାଲି ଅଭିମୁଖେ ଗଡ଼ିଲା ଶ୍ରୀଜିଉଙ୍କ ରଥ, ହର୍ଷୋଲ୍ଲାସରେ ଟାଣି ନେଉଛନ୍ତି ସେବାୟତ

ପୁରୀ: ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରାର ଆୟୋଜନ ଜାରି ରହିଛି । ରଥ ଉପରେ ସମସ୍ତ ନୀତିକାନ୍ତି ସପନ୍ନ ହୋଇଛି । ତିନି ରଥ ଉପରେ ଛେରାପହଁରା ନୀତି ଶେଷ କରି ଗଜପତି ମହାରାଜ ଶ୍ରୀନଅରକୁ ଫେରିଯିବା ପରେ ରଥଗୁଡ଼ିକରେ ସାରଥୀ ଓ ଘୋଡ଼ାଯୋଚା କାମ ଶେଷ ହୋଇଛି । ତିନି ରଥକୁ ଶରଧାବାଲି ଅଭିମୁଖେ ନିଆଯାଉଛି । ମଧ୍ୟାହ୍ନ ୧୨ଟାରେ ବଳଭଦ୍ରଙ୍କ ରଥ ପ୍ରଥମେ ଶରଧାବାଲି ଅଭିମୁଖେ ଗଡ଼ିଛି । ବିନା ଭକ୍ତରେ ସେବାୟତମାନେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ହର୍ଷୋଲ୍ଲାସର ସହିତ ଟାଣି ଟାଣି ନେଉଛନ୍ତି । ଏକ ବର୍ଣ୍ଣାଢ଼୍ୟ ଆଧ୍ୟାତ୍ମିକ ପରିବେଶରେ ଆଗେ ଆଗେ ତାଳଧ୍ୱଜରେ ବଳଭଦ୍ର, ମଝିରେ ଦର୍ପଦଳନରେ ଦେବୀ ସୁଭଦ୍ରା ଓ ଶେଷରେ ଗହଳି ଲଗାଇ କାଳିଆ ଠାକୁର ନନ୍ଦିଘୋଷରେ ବାହାରିଛନ୍ତି ।

କୋଭିଡ-୧୯ କଟକଣାରେ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ଆୟୋଜନ ହୋଇଛି । ଆଜି ଭୋର ସାଢ଼େ ୪ଟାରୁ ରଥଯାତ୍ରା ନୀତି ଅନୁଷ୍ଠିତ ହୋଇଥିଲା । ପହଣ୍ଡି ବିଜେ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଏହା ସକାଳ ୧୦ଟା ପୂର୍ବରୁ ଶେଷ ହୋଇଯାଇଥିଲା । ଏହା ପରେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ । ସେହିପରି ଗଜପତି ମହାରାଜ ତିନି ରଥ ଉପରେ ଛେରାପହଁରା କରିଥିଲେ ।

ଚଳିତ ବର୍ଷ ପୁରୀକୁ ସାଧାରଣ ଭକ୍ତଙ୍କୁ ବାରଣ ହୋଇଛି । ପୁରୀର ଜନତା ମଧ୍ୟ ନିଜ ଘରର ଛାତ ଉପରେ ଥାଇ ରଥଯାତ୍ରାକୁ ଦେଖିପାରୁ ନାହାନ୍ତି । ଗତକାଲି ଠାରୁ ବଡ଼ଦାଣ୍ଡରେ ୧୪୪ ଧାରା ଲାଗୁ ହୋଇଯାଇଛି । କରୋନା ଗାଇଡଲାଇନ ଅନୁସାରେ ଘୋଷଯାତ୍ରାର ଆୟୋଜନ ହେଉଥିବାରୁ ଲୋକମାନେ ବାଧ୍ୟତାମୂଳକ ଭାବେ କଟକଣାକୁ ପାଳନ କରୁଛନ୍ତି । ଲୋକେ ମହାପ୍ରଭୁଙ୍କ ଯାତ୍ରାକୁ ଟେଲିଭିଜନ ମାଧ୍ୟମରେ ଦେଖୁଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ