ରାଜ୍ୟ

ଶଶୁରଙ୍କୁ ହତ୍ୟା କଲା ଜ୍ୱାଇଁ, ଅଭିଯୁକ୍ତ ଫେରାର

ନାରାୟଣପାଟଣା: ଜ୍ୱାଇଁର ଛୁରାମାଡ଼ରେରେ ଶଶୁରଙ୍କ ଜୀବନ ଗଲା। ଜ୍ୱାଇଁ ସାତୁ ପ୍ରାସ୍କା ଶଶୁର ରାମଚନ୍ଦ୍ର ଉଲ୍ଲାକାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗତକାଲି ରାତିରେ। ନାରାୟଣପାଟଣା ବ୍ଳକ ବାସନାପୁଟ ଗାଁରେ ଘଟିଛି ଏହି ଘଟଣା।

ଏନେଇ ପରିବାର ଲୋକ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏଣେ ରାମଚନ୍ଦ୍ର ଉଲ୍ଲାକା ନିଜ ଆଠ ମାସର ଗର୍ଭବତୀ ଝିଅକୁ ଡାକ୍ତରଖାନାରେ ଚିକିତ୍ସା କରିବାକୁ ଆଣିଥିଲେ। ଏହାକୁ ନେଇ ଜ୍ବାଇଁ ରାଗିଯାଇ ଶଶୁର ରାମଚନ୍ଦ୍ର ଉଲ୍ଲାକାଙ୍କୁ ଛୁରାମାଡ଼ କରିଥିଲା। ଏଥିରେ ତାଙ୍କର ପ୍ରାଣହାନି ଘଟିଥିଲା। ନାରାୟଣପାଟଣା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଫେରାର ଥିବା ଜଣାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।