ଅପରାଧ ରାଜ୍ୟ

ଶିବରାମଙ୍କୁ ମାରିଲା କିଏ ? ଘର ସାମ୍ନାରେ ହୋଇଛି ନିର୍ମମ ହତ୍ୟା

ଅନୁଗୁଳ ୦୩।୦୫ : ଅନୁଗୁଳ ବଳରାମପ୍ରସାଦରେ ଅଭାବନୀୟ ଘଟଣା । ଘର ସାମ୍ନାରେ ଜଣଙ୍କୁ ନିର୍ମମ ହତ୍ୟା ।କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ସୂଚନା । ମୃତକ ବଳରାମ ପ୍ରସାଦର ଶିବରାମ ସାହୁ ବୋଲି ଜଣାପଡିଛି । ଏବେ ଯାଏଁ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଖବର ଅନୁଯାୟୀ, ଶିବାରାମ ସାହୁ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିନ୍ଦ୍ୱନ୍ଦିତା କରି ପରାସ୍ତ ହୋଇଛନ୍ତି । ପୂର୍ବରୁ ସେ ଥରେ ଜିଲ୍ଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ମଧ୍ୟ ହୋଇଥିଲେ । କେହି ଦୁର୍ବୃତ୍ତ ଶିବରାମଙ୍କୁ ଘର ସାମ୍ନାରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି । ତେବେ ଏବେ ଯାଏଁ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ନାଲୋକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।