କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଶିବ ଭକ୍ତଙ୍କ ପାଇଁ ଭଲ ଖବର: ଜାଗରରେ ଲିଙ୍ଗରାଜ ଶୈବପୀଠରେ ଜାଳିହେବ ଦୀପ

ଭୁବନେଶ୍ବର: ଶିବ ଭକ୍ତଙ୍କ ପାଇଁ ଭଲ ଖବର । ଭୁବନେଶ୍ୱରର ଲିଙ୍ଗରାଜ ଶୈବପୀଠରେ ଜାଗରରେ ଭକ୍ତ ଜାଳିପାରିବେ ଦୀପ । କୋଭିଡ୍ ଗାଇଲାଇନ୍ ମାନି ମନ୍ଦିର ବେଢ଼ା ଭିତରେ ଦୀପ ଜାଳିପାରିବେ ଭକ୍ତ । ଏନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସନତ୍ କୁମାର ମହାନ୍ତି । ପୂର୍ବରୁ ମନ୍ଦିର ଭିତରେ ପରମ୍ପରା ଅନୁଯାୟୀ କେବଳ ସେବାୟତ ପରିବାର ଦୀପ ଜାଳିବେ ବୋଲି କହିଥିଲା ବିଏମସି । କେବଳ ଏତିକି ନୁହେଁ, ଦୀର୍ଘ ବର୍ଷ ହେଲା ନିୟମ ଭଙ୍ଗା ଯାଉଥିବା ବେଳେ ଏବର୍ଷ ହେବ କପିଳନାଥ ଓ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ।

ତେବେ କରୋନା ସଂକ୍ରମଣକୁ ଧ୍ୟାନ ଦେଇ ଅନେକ ବଡ଼ ବଡ଼ ମନ୍ଦିରରେ ଆଡ଼ମ୍ବରପୂର୍ଣ୍ଣ ଜାଗର ଯାତ୍ରା ବନ୍ଦ କରାଯାଇଛି । ଏସଆରସିଙ୍କ ପକ୍ଷରୁ ଆଜି ଜାରି ହୋଇଥିବା ଏସ୍ଓପି ଅନୁସାରେ ଜାଗର ଦିନ ମନ୍ଦିର ଭିତରେ ଓ ବାହାରେ ଗହଳି ହେବ ନାହିଁ କି ମେଳା ବିସବ ନାହିଁ । କୋଭିଡ କଟକଣାରେ ମହାଶିବରାତ୍ରୀ ପାଳନ କରିବାକୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏସଆରସିଙ୍କ ଏହି ମାଗଦର୍ଶିକାରୁ ଏକାମ୍ର କ୍ଷେତ୍ରକୁ ବାଦ ଦିଆଯାଇଛି । ଏନେଇ ବିଏମ୍ସି ଅତିରିକ୍ତ କମିସନର ଅବନୀକାନ୍ତ ପଟ୍ଟନାୟକ କହିଥିଲେ ଯେ ଏକାମ୍ର କ୍ଷେତ୍ର ପାଇଁ ବିଏମସି ପକ୍ଷରୁ ପୂର୍ବରୁ ନିୟମ ଘୋଷଣା କରାଯାଇଛି ।
ଏପରିକି କୋଭିଡ କଟକଣାରେ ଶ୍ରଦ୍ଧାଳୁମାନେ ଠାକୁରଙ୍କୁ ଦର୍ଶନ କରିିବେ ବୋଲି ନିଷ୍ପତ୍ତି ହୋଇଥିଲା । ମନ୍ଦିର ଭିତରେ ଓ ବାହାରେ ରାସ୍ତାରେ ଦୀପ ଜାଳିବାକୁ ଓ ଭିଡ଼ ନକରିବାକୁ କଟକଣା କରାଯିବ ବୋଲି କହିଥିଲେ ବିଏମସି ଅତିରିକ୍ତ କମିସନର । ତେବେ ସମସ୍ତେ ସାମାଜିକ ଦୂରତା ରକ୍ଷା କରିବେ ଓ ମାସ୍କ ବ୍ୟବହାର କରିବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,