ରାଜ୍ୟ ସ୍ପେଶାଲ ରିପୋର୍ଟ

ଶୀତକାଳୀନ ଅଧିବେଶନ : ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ, ୫ଟା ଯାଏଁ ମୁଲତବୀ

ଭୁବନେଶ୍ୱର ୨୪।୧୧ : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଆଇ(ଏମ) ନେତା ଲକ୍ଷଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ।

ତେବେ ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ଚରଣ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦ୍ଧେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ସେହିପରି ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ସ୍ବର୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଛି । ଗୃହ ପକ୍ଷରୁ ସ୍ବର୍ଗତ ସଦସ୍ୟଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣା ଯାଇଛି । ଏହାପରେ ଗୃହ କାର୍ଯ୍ୟ ସନ୍ଧ୍ୟା ୫ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।