ରାଜ୍ୟ

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି…

କାମାକ୍ଷାନଗର ୧୨।୧୧: ପୋଖରୀରେ ବୁଡ଼ି ମହିଳାଙ୍କ ମୃତ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଦ୍ମ ପୋଖରୀ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ମହିଳାଙ୍କ ନାମ ରାଧା ଦେହୁରୀ  ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଶନିବାର ଭୋର ସମୟରେ ମହିଳା ଜଣକ ଘର ନିକଟରେ ଥିବା ପାଖ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ଗୋଡ଼ ଖସିଯିବାରୁ ବୁଡ଼ି ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ସେହି ପୋଖରୀ ହୁଡାରେ ତାଙ୍କ ସ୍କାର୍ପ ଥିବା ଦେଖି ପୋଖରୀରେ ବୁଡିଯାଇଥିବା ସନ୍ଦେହ କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।