ଅପରାଧ ରାଜ୍ୟ

ଶୌଚ ହେବାକୁ ଯାଇ ଫେରିନଥିଲେ ଘରକୁ, ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଝାରସୁଗୁଡା ୨୭।୭: ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲା ବେଲପାହାଡ ଜୁନାଡ଼ିହି ପୋଖରୀରେ ବୁଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି l ମୃତ ଯୁବକ ଜଣଙ୍କ ଜୁନାଡ଼ିହିର ସ୍ବର୍ଗତ ଅକ୍ରୁର ମାଝୀଙ୍କ ପୁଅ ୨୬ବର୍ଷ ବୟସ୍କ ବେଦବ୍ୟାସ ମାଝୀ ବୋଲି ଜଣାପଡିଛି l

ସୂଚନାଯୋଗ୍ୟ ଯେ, ବେଦବ୍ୟାସ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ହେବା ପାଇଁ ଯାଉଛି କହି ଘରୁ ବାହାରି ଥିବାବେଳେ ଆଉ ଘରକୁ ଫେରି ନଥିଲେ l ପରିବାର ଲୋକେ ରାତିରେ ତାଙ୍କୁ ଖୋଜାଖୋଜି କରିବା ପରେ ମଧ୍ୟ ବେଦବ୍ୟାସ ମିଳିନଥିଲେ l ତେବେ ବୁଧବାର ସକାଳୁ ତାଙ୍କ ମୃତଦେହ ପୋଖରୀରେ ଦେଖି ସ୍ଥାନୀୟ ଲୋକେ ବେଲପାହାଡ ପୋଲିସକୁ ଖବର ଦେଇଥିଲେ l ଘଟଣାସ୍ଥଳରେ ବେଲପାହାଡ ପୋଲିସ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।