ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀଜିଉଙ୍କ ନୀତିକାନ୍ତି ଜାରି: ସାଢ଼େ ୯ଟାରୁ ଆରମ୍ଭ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି

ପୁରୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ। ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇବେ ପ୍ରଭୁ। ରଥରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବେ ତିନି ଠାକୁର। ସିଂହଦ୍ବାର ବି ଅପେକ୍ଷାରତ କେତେବେଳ ମହାବାହୁ ତାଙ୍କ ବାଟ ଦେଇ ଯିବେ। ଏଣେ ବଡ଼ଦାଣ୍ଡକୁ ଅବତରିତ ହେବା ପୂର୍ବରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆଗେଇ ଚାଲିଛି। ମଙ୍ଗଳବାର ସକାଳ ୬ଟାରେ ମଙ୍ଗଳଆଳତି ପରେ ମଇଲମ, ତଡ଼ପଲାଗି ଓ ଅବକାଶ, ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଚାଲିଛି।

ବେଶ ଶେଷ ହୋଇ ୮ଟାରୁ ୯ଟା ଖେଚୁଡ଼ି ଭୋଗ ହେବ। ଏହାପରେ ସକାଳ ୯ଟାରେ ରଥ ପ୍ରତିଷ୍ଠା ହେବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ଖୁଣ୍ଟିଆ ‘ମଣିମା’ ଡାକ ଦେବା ସହିତ ଚତୁର୍ଦ୍ଧା ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ। ସାଢ଼େ ୯ଟାରୁ ପହଣ୍ଡି ଆରମ୍ଭ ହୋଇ ସାଢ଼େ ୧୨ଟାରେ ପହଣ୍ଡି ଶେଷ ହେବ। ବିଶ୍ବପ୍ରସିଦ୍ଧ ରଥଯାତ୍ରା ଲାଗି ଶ୍ରୀମନ୍ଦିରକୁ ସୁସଜ୍ଜିତ କରାଯାଇଛି। ଏବେଠାରୁ ବଡ଼ଦାଣ୍ଡରେ ବହୁ ଭକ୍ତଙ୍କ ସମାଗମ ହେଲାଣି।

ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ୧୮୭ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀଙ୍କ ଉପରେ ଆଇନଶୃଙ୍ଖଳା ଦାୟିତ୍ବ ନ୍ୟସ୍ତ କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।