ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ଆଜିଠୁ କଟକଣାମୁକ୍ତ ଦର୍ଶନ

ପୁରୀ: ଦୁଇବର୍ଷର ବ୍ୟବଧାନ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କୋହଳ ହୋଇଛି କଟକଣା। ସୋମବାରଠୁ ଆଉ କୋଭିଡ୍‌ ନେଗେଟିଭ ରିପୋର୍ଟ କିମ୍ବା ଟିକା ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ ନାହିଁ। କିଓସ୍କର ଆବଶ୍ୟକତା ମଧ୍ୟ ପଡ଼ିବ ନାହିଁ। କୋଭିଡ୍‌ ସଂକ୍ରମଣ ହ୍ରାସ ପାଇବା ପରେ ଗତ ୧୪ ତାରିଖl ଛତିଶା ନିଯୋଗ ବୈଠକରେ ଏ ସଂକ୍ରାନ୍ତ ନିଷ୍ପତ୍ତି ନିଆଯାଇଥିଲା। ‌ସେଇ ଅନୁଯାୟୀ ଆସନ୍ତାକାଲିଠାରୁ ନିଷ୍ପତ୍ତି କାର୍ଯ୍ୟକାରୀ ହେବାକୁ ଯାଉଛି। ତେବେ କୋଭିଡ ସଂକ୍ରମଣ ହାର ସମ୍ପୂର୍ଣ୍ଣ ବନ୍ଦ ହୋଇନଥିବାରୁ ମାସ୍କ ପିନ୍ଧିବା ଓ ସାନିଟାଇଜର ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି। କୋଭିଡ୍‌ ସଂକ୍ରମଣ ବଢ଼ିବା ପରେ ୨୦୨୦ ମାର୍ଚ୍ଚ ୨୨ ତାରିଖରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ କରାଯାଇଥିଲା। ପରେ କଟକଣାରେ ଦର୍ଶନ ଆରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପ୍ରବେଶ ପୂର୍ବରୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଡବଲ ଡୋଜ‌୍ ପ୍ରମାଣପତ୍ର ଦେଖାଇବାକୁ ପଡ଼ୁଥିଲା। ତେବେ ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶାନିଯୋଗ ବୈଠକରେ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ନେଇ ଜାରି ହୋଇଥିବା ଏସ୍‌ଓପିରେ ପରିବର୍ତ୍ତନ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ