ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୮।୦୬: ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

ତେବେ ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ଵିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ। ଏହା ଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ବନକଲାଗି ସରିବା ପରେ ପୁନର୍ବାର ଦର୍ଶନ ଜାରି ରହିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ