ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ପୁରୀ ୦୬/୧୨: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ସହ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରିବା ଘଟଣାରେ ପୁରୀ ସିଂହଦ୍ଵାର ଥାନାରେ ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ପକ୍ଷରୁ ତାଙ୍କୁ ନୋଟିସ ଜାରି କରାଯାଇଛି । ତଦନ୍ତ ପରେ ଆଇନ ଅନୁଯାୟୀ ସମ୍ପୃକ୍ତ ଯୁବକ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁରୀ ଏସପି କନୱର ବିଶାଳ ସିଂ କହିଛନ୍ତି ।
ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ହେଉ କିମ୍ବା ଅନ୍ୟ କୌଣସି କାର୍ଯ୍ୟ ହେଉ ସେନେଇ ସ୍ୱତନ୍ତ୍ର ନିୟମ ରହିଛି । ଏହି ନିୟମ ସମସ୍ତେ ପାଳନ କରିବା ଉଚିତ୍ ବୋଲି ଏସପି କହିଛନ୍ତି । ତେବେ ନିୟମ ଉଲ୍ଲଙ୍ଘନ କରି ଅଭିଯୁକ୍ତ ଅନିମେଶ ଶ୍ରୀମନ୍ଦିର ଉପରେ କିଭଳି ଡ୍ରୋନ୍ ଉଡାଇଲା ସେନେଇ ସବିଶେଷ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।
ପୋଲିସର ବିନା ଅନୁମତିରେ ଅନିମେଶ କିଭଳି ଭାବେ ୟୁଟ୍ୟୁବ ଭିଡିଓରେ ପୋଲିସର ଲୋଗୋ ବ୍ୟବହାର କରିଥିଲା ସେନେଇ ମଧ୍ୟ ତଦନ୍ତ କରାଯାଉଛି । ସିଟି ଡିଏସପିଙ୍କ ନେତୃତ୍ୱରେ ତିନିଜଣ ପୋଲିସ ଅଧିକାରୀ ଏହି ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ଠାରୁ ସବିଶେଷ ତଥ୍ୟ ହାସଲ କରିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଏସପି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l