ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଉପରେ ବୈଠକ: ଭିଡ଼ ଉପରେ ରହିବ କଡ଼ା ନଜର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପୁରୀ : ଶ୍ରୀମନ୍ଦିରରେ ଭିତର କାଠ ଓ ବାହାର କାଠ ଦର୍ଶନ ବେଳେ ଜଗମୋହନ ଓ ନାଟମଣ୍ଡପ ଭିଡ଼ ଉପରେ କଡ଼ା ନଜର ରଖାଯିବ। ଜିଲ୍ଲା ପୁଲିସ ସହ ଜେଟିପି ଓ ପ୍ରତିହାରୀ ସେବାୟତଙ୍କୁ ଏହି ଦାୟିତ୍ବ ନ୍ୟସ୍ତ କରାଯାଇଛି। ଆଜି ରାତିରେ ଶ୍ରୀମନ୍ଦିର ପରିଚାଳନା କମିଟି, ଜିଲ୍ଲା ପ୍ରଶାସନ ଓ ପୁଲିସର ଏକ ମିଳିତ ବୈଠକରେ ଏହିଭଳି ନିଷ୍ପତ୍ତି ନିଆଯାଇଛି।

କିଛିଦିନ ତଳେ ଶ୍ରୀମନ୍ଦିର ଦର୍ଶନ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଥିଲା। ଆଜିର ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଥିଲା। ବୈଠକରେ ଭିଆଇପି ଦର୍ଶନ ବ୍ୟବସ୍ଥାକୁ ନେଇ ତମ୍ବିତୋଫାନ ହୋଇଥିଲା। ଏନେଇ ବିସ୍ତୃତ ଆଲୋଚନା ପରେ ଭିଆଇପିଙ୍କୁ ଚିହ୍ନଟ ପାଇଁ ପୁଲିସ ପକ୍ଷରୁ ସ୍ବତନ୍ତ୍ର ନୋଡାଲ୍‌ ଅଫିସର ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି। ନ୍ୟାୟପାଳିକା ‌ହୁଅନ୍ତୁ କି ଜିଲ୍ଲା ପ୍ରଶାସନ ଅବା ପୁଲିସ ପ୍ରଶାସନ, ଯେଉଁମାନଙ୍କ ଭିଆଇପି ଦର୍ଶନ ପାଇଁ ଆସିବେ, ସେମାନେ ଶ୍ରୀମନ୍ଦିରରେ ନିଯୁକ୍ତ ନୋଡାଲ୍‌ ଅଫିସରଙ୍କ ସହ ଯୋଗାଯୋଗ କରିବେ। ସଂପୃକ୍ତ ନୋଡାଲ୍‌ ଅଫିସର ଘଣ୍ଟିଦ୍ବାର ଦେଇ ଭିଆଇପିଙ୍କ ଦର୍ଶନ ବ୍ୟବସ୍ଥା କରାଇବେ ବୋଲି ନିଷ୍ପତ୍ତି ହୋଇଥିଲା। ଏପରିକି କେଉଁମାନଙ୍କୁ ଭିଆଇପି ବର୍ଗରେ ରଖାଯିବ, ତା’ର ତାଲିକା ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ହୋଇଥିଲା। ବହୁଦିନରୁ ଶ୍ରୀମନ୍ଦିରରେ ସିସିଟିଭି ଅଚଳ ହୋଇ ପଡ଼ିଥିବାବେଳେ ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିଷ୍ପତ୍ତି ହୋଇଥିଲା।

ଏଥିସହିତ, ଦିବ୍ୟାଙ୍ଗ ଦର୍ଶନ ବ୍ୟବସ୍ଥାକୁ ନେଇ ବି ଆଜିର ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ହ୍ବିଲ୍‌ ଚେୟାର୍‌ ବଦଳରେ ଦୋଳ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ହୋଇଥିଲା। ଏଥିସହ ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। ଏହି ସମୟରେ ଦିବ୍ୟାଙ୍ଗମାନେ ନିଜର ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଖାଇ ଦୋଳରେ ଦର୍ଶନ ପାଇଁ ଯାଇପାରିବେ। କିନ୍ତୁ, ଏହି ଦୋଳ କେଉଁଭଳି ଡିଜାଇନ୍‌ର ହେବ, ତାହା ଚୂଡ଼ାନ୍ତ ହୋଇନି। ଶ୍ରୀମନ୍ଦିର ପରିଚାଳନା କମିଟିରେ ଆଲୋଚନା ପରେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଏଥିପାଇଁ ସ୍ବତନ୍ତ୍ର ଏସ୍‌ଓପି ଜାରି ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।