କଳା ଓ ସଂସ୍କୃତି ରାଜ୍ୟ

ଶ୍ରୀମନ୍ଦିର ପାଇଁ ୧୯୦କୋଟି ଟଙ୍କାର ବଜେଟ୍ ଅନୁମୋଦିତ, ଖୁବ୍ ଶୀଘ୍ର ସେବାୟତ ଓ କର୍ମଚାରୀଙ୍କ ପାଇଁ ଲାଗୁ ହେବ ଡ୍ରେସ୍ କୋଡ୍

ପୁରୀ ୨।୧୧: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦିତ ହୋଇଛି ୧୯୦ କୋଟି ଟଙ୍କାର ବଳକା ବଜେଟ୍। ଏହାସହ ଚଳିତ ବର୍ଷ ମହାପ୍ରଭୁଙ୍କ ଖଣିରୁ ଅଧିକ ଆୟ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଖଣ୍ଡେଲାଇଟ ପଥର ଆମଦାନୀ ପାଇଁ ଓଏମସି ସହିତ ଚୁକ୍ତି କରାଯିବ। ସେହିପରି ସୂର୍ଯ୍ୟ ମନ୍ଦିରରେ ରୂପା ଛାଉଣୀ କାର୍ଯ୍ୟ ଓ ଶ୍ରୀମନ୍ଦିର କର୍ମଚାରୀ ଓ ସେବାୟତଙ୍କ ପାଇଁ ଡ୍ରେସ୍ କୋଡ୍ ଖୁବଶୀଘ୍ର ଲାଗୁ ହେବାକୁ ନେଇ ନିଷ୍ପତ୍ତି ହୋଇଛି। ପୁରୀ ସହର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକ ହୋଇଛି । ଏହି ସମସ୍ୟାର ସମାଧାନ ଖୁବଶୀଘ୍ର କରାଯିବ ବୋଲି ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିର ସୂଚନା ଦେଇଛନ୍ତି ।

ଶ୍ରୀମନ୍ଦିର ପରିଚାଳନା କମିଟିରେ ଗୃହୀତ ହୋଇଛି ଚଳିତ ଆର୍ଥିକ ବର୍ଷର ବଜେଟ। କୋଭିଡ କଟକଣା ଯୋଗୁଁ ପୂର୍ବରୁ ବିଳମ୍ବିତ ହୋଇଥିବା ବଜେଟ୍ ୧୯୦.୨୬ କୋଟିର ବଳକା ବଜେଟ୍ ଭାବେ ଗୃହୀତ ହୋଇଥିଲା । ଖଣିରୁ ୧୫ କୋଟି, ଜମା ସୁଧରୁ ୩୭ କୋଟି, ହୁଣ୍ଡିରୁ ୬ କୋଟି ଟଙ୍କା ଓ ରାଜ୍ୟ ସରକାର ୪୨ କୋଟି ଟଙ୍କାର ସହାୟତା ଦେଇଥିବା ବଜେଟରେ ଉଲ୍ଲେଖ କରାଯାଇଛି। ରଥଯାତ୍ରାରେ ୧୨ କୋଟି ୭୨ ଲକ୍ଷ ଟଙ୍କା, ପାଳିଆ ପୁରସ୍କାରରେ ୧୫ କୋଟି, ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୨୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ଆସନ୍ତାବର୍ଷ ଖଣିରୁ ପ୍ରାୟ ୭୦ କୋଟି ଟଙ୍କା ଆୟର ଲକ୍ଷ୍ୟ ରଖାଯାଇଥିବା ବେଳେ ଶ୍ରୀମନ୍ଦିରରେ ଲାଗିଥିବା ଖଣ୍ଡାଲାଇଟ ପଥର ଆମଦାନୀ ପାଇଁ ଓଏମସି ସହିତ ବୁଝାମଣା କରାଯିବ।

ପୁରୀ ସହରର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ସହିତ ବୈଠକ କରାଯାଇଛି। ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ସେହିପରି ସୂର୍ଯ୍ୟ ମନ୍ଦିର ଦ୍ବାରର ହେବ ରୂପା ଛାଉଣୀ। ଜଣେ ଦାତାଙ୍କ ଦ୍ବାରା ଏହି ରୂପା ଛାଉଣୀ କାର୍ଯ୍ୟ କରାଯିବ। ସେବାୟତ ଓ ଶ୍ରୀମନ୍ଦିର କର୍ମଚାରୀମାନଙ୍କ ପାଇଁ ଭିନ୍ନ ଭିନ୍ନ ଡ୍ରେସ୍ କୋଡ୍ କରିବାକୁ ନିଷ୍ପତ୍ତି ହୋଇଛି। କେଉଁ ଭଳି ଡ୍ରେସ୍ କୋଡ୍ ଲାଗୁ ହେବ ସେ ନେଇ ବିଚାର ବିମର୍ଶ କରାଯାଉଛି। ସେବାୟତଙ୍କ ସ୍ବାସ୍ଥ୍ୟ ସେବା ପାଇଁ ଏକ ଘରୋଇ ହସ୍ପିଟାଲ ସହିତ ବୁଝାମଣା କରାଯିବାକୁ ନିଷ୍ପତ୍ତି ହୋଇଛି।

ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗଜପତି ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂଙ୍କ ସହ ପରିଚାଳନା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,