ଅପରାଧ ରାଜ୍ୟ

ଶ୍ୱଶୁର ଘର ପଛୁ ଜ୍ୱାଇଁର ମୃତଦେହ ଠାବ, ପୋଲିସ ଖୋଜୁଛି କାରଣ

ପାଟଣା ୦୪।୧୦ : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଶ୍ୱଶୁର ଘର ପଛପଟୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ମୃତକ ଘଟଗାଁ ଥାନା ପାନପୋଷ ଗାଁର ବିନୋଦ ବେହେରା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବିନୋଦ ତାଙ୍କ ଶ୍ୱଶୁର ବିରଞ୍ଚି ବେହେରାଙ୍କ ଘର ଗଣ୍ଡବେଡ଼ା ଗାଁରେ ଘର ଜ୍ୱାଇଁ ଭାବେ ରହୁଥିଲେ । ହେଲେ ମଙ୍ଗଳବାର ସକାଳୁ ହଠାତ୍‌ ବିନୋଦ ଘରେ ନଥିବା ଦେଖି ପରିବାର ଲୋକେ ଖୋଜାଖୋଜି କରିଥିଲେ । ଏହାପରେ ତାଙ୍କୁ ଘର ପଛ ପଟରେ ଥିବା ବାଉଁଶ ଗଛରୁ ଝୁଲନ୍ତା ମୃତେଦେହ ମିଳିଥିଲା । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି । ତେବେ ଏହା ଆତ୍ମହତ୍ୟା ନା ଆଉ କିଛି । ତାହା ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ଗ୍ରାମବାସୀମାନେ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।