ଅପରାଧ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଷ୍ଟିୟରିଂ ଉପରୁ କଣ୍ଟ୍ରୋଲ ହରାଇଲେ ଡ୍ରାଇଭର, ଡିଭାଇଡର ଉପରେ ଚଢିଗଲା ବସ : ୨୫ ଆହ

ବାଙ୍ଗାଲୋର ୦୯/୦୫: ଭୟଙ୍କର ବସ ଦୁର୍ଘଟଣା । ୨୫ ଜଣ ଆହତ ଓ ୪ ଗୁରୁତର । ଏପରି ଅଭାବନୀୟ ଘଟଣା ଘଟିଛି କର୍ଣ୍ଣାଟକରେ । ଏକ ସରକାରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି ।

ରିପୋର୍ଟ ଅନୁସାରେ, ରବିବାର ସନ୍ଧ୍ୟାରେ କେଏସଆରଟିସିର ଏକ ବସ ୪୫ରୁ ଅଧିକ ଯାତ୍ରୀଙ୍କୁ ନେଇ ମାଡିକେରୀରୁ ବାହାରିଥିଲା। ତେବେ କେଙ୍ଗେରୀ ପୋଲିସ ଷ୍ଟେସନ ପାଖରେ ବସଟି ଭାରସାମ୍ୟ ହରାଇଥିଲା । ଏହା ରାସ୍ତା କଡରେ ଥିବା ଏକ ଡିଭାଇଡର ଉପରେ ଚଢିଯାଇଥିଲା । ଫଳରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।

ଦୁର୍ଘଟଣାର ଖବର ପ୍ରଥମେ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଁଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲା । ତୁରନ୍ତ ଆହତ ଓ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ କଣ ପାଇଁ ଡ୍ରାଇଭର ଭାରସାମ୍ୟ ହରାଇଥିଲେ ସେନେଇ ତଦନ୍ତ ଚାଲିଥିବା ଓ୍ୱେଷ୍ଟ୍ ବେଙ୍ଗାଲୁରୁ ଡିସିପି ସଞ୍ଜିବ ପତି ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ