ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

କରଞ୍ଜିଆ ୧୯।୧୨: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ତାଟ ନିକଟରେ ଦୁର୍ଘଟଣା । ଦ୍ରୁତଗତିରେ ଆସୁଥିବା ଟ୍ରକ୍ ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକଙ୍କ ଘର କୁସୁମୀ ବ୍ଲକର ବଡମ୍ କୁରାଢ଼ୀ ବୋଲି ଜଣାପଡିଛି । ସେ କୌଣସି କାମରେ ଏକ ବାଇକ୍ ଯୋଗେ କରଞ୍ଜିଆକୁ ଆସୁଥିବା ବେଳେ ପଛ ପଟୁ ଟ୍ରକଟି ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା ।


ଦୁର୍ଘଟଣା ପ୍ରତିବାଦରେ ସ୍ଥାନୀୟଲୋକ ରାସ୍ତାରୋକ କରିଥିବା ଜଣାପଡିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଚଳାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ