ରାଜନୀତି ରାଜ୍ୟ

ସମ୍ବଲପୁରରେ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଦଳ: ମୃତକଙ୍କ ଘରେ ତାଲା, ଭେଟି ପାରଲାନି ଟିମ୍

ସମ୍ବଲପୁର: ହନୁମାନ ଜୟନ୍ତୀ ସମୟରେ ସମ୍ବଲପୁରରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଟିମ୍ ସମ୍ବଲପୁର ଗସ୍ତ କରିଛନ୍ତି। ଆଜି ଏହି ଟିମ୍ ମୃତ ଚନ୍ଦ୍ରମଣି ମିର୍ଦ୍ଧାଙ୍କ ଗାଁ ଝାରମୁଣ୍ଡା ଓ ତାଙ୍କ ଘରକୁ ଯାଇଥିଲେ। ହେଲେ ଘରେ ତାଲା ପଡ଼ିଥିବାରୁ ଚନ୍ଦ୍ରମଣି ମିର୍ଦ୍ଧାଙ୍କ ପରିବାର ସହ ଦେଖାସାକ୍ଷାତ ସମ୍ଭବପର ହୋଇନାହିଁ। ଏହାପରେ ସେମାନେ ପଡ଼ୋଶୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମରେ ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରିଜଲାଲ, ଝାଡ଼ଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ, ଆଦିତ୍ୟ ସାହୁ ଏବଂ ପଶ୍ଚିମବଙ୍ଗ ପୁରୁଳିଆ ସାଂସଦ ଜ୍ୟୋତିର୍ମୟ ସିଂ ମହତୋ ସଦସ୍ୟ ରହିଛନ୍ତି। ଏହାଛଡ଼ା ବରଗଡ଼ ସାଂସଦ ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ସୁନ୍ଦରଗଡ଼ ବିଧାୟକ କୁସୁମ ଟେଟେ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତାରାୟ ପ୍ରମୁଖ ମଧ୍ୟ ଏହି ଗସ୍ତରେ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ, ସମ୍ବଲପୁର ହିଂସା ଘଟଣା ଉପରେ ଦୁଃଖ ପ୍ରକାଶ କରିବା ସହ ବିଜେପି ଜାତୀୟ ସଭାପତି ଜେ.ପି ନଡ୍ଡା ଏହି କମିଟି ଗଠନ କରିଥିଲେ। କମିଟିରେ ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରିଜଲାଲ, ଝାଡ଼ଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ ଓ ଆଦିତ୍ୟ ସାହୁ ଏବଂ ପଶ୍ଚିମବଙ୍ଗ ପୁରୁଳିଆ ସାଂସଦ ଜ୍ୟୋତିର୍ମୟ ସିଂ ମହତୋ ସଦସ୍ୟ ରହିଛନ୍ତି। ୪ ଜଣିଆ ଟିମ୍ ସମ୍ବଲପୁର ଗସ୍ତ କରି ଘଟଣାର ଟିକିନିଖି ତଦନ୍ତ କରିବେ। ଟିମ୍ ତଥ୍ୟ ସମ୍ବଳିତ ରିପୋର୍ଟ ଶ୍ରୀ ନଡ୍ଡାଙ୍କୁ ପ୍ରଦାନ କରିବ।
ଉଲ୍ଲେଖଯୋଗ୍ୟ ଏହି ହିଂସା ଘଟଣାରେ ଜଣେ ଆଦିବାସୀ ଯୁବକଙ୍କ ମୃତ୍ୟୁ ଘଟଣାର ସରଜମିନ ତଦନ୍ତ ପାଇଁ ଜାତୀୟ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ଏହି ଘଟଣାରେ ଏନ୍ଆଇଏ ଦ୍ବାରା କରିବା ପାଇଁ ମଧ୍ୟ ରାଜ୍ୟ ବିଜେପି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପତ୍ର ଲେଖିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର