ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ସମ୍ବଲପୁରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, ୬ ଫୁଟ୍‌ ଦୂରତା ମାନିବା ଜରୁରୀ

ସମ୍ବଲପୁର ୧୪।୦୭ : ଭୁବନେଶ୍ବର ପରେ ଏଣିକି ସମ୍ବଲପୁର ମହାନଗର ନିଗମ ଅଂଚଳରେ ମାସ୍କ ବାଧ୍ୟତାମୂଳକ। ନିର୍ଦ୍ଦେଶନାମା ଜାରି କରିଛି ସମ୍ବଲପୁର ମହାନଗର ନିଗମ । ସମ୍ବଲପୁର ମହାନଗର ନିଗମ ଅଂଚଳରେ ରହୁଥିବା ଓ ଏଠାକୁ ଆସୁଥିବା ଲୋକେ ମାସ୍କ ପିନ୍ଧିବାକୁ ଗାଇଡଲାଇନ ଜାରି ହେବା ସହ ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦେଶନାମା ଜାରି ହୋଇଛି ।

ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକରେ ମଧ୍ୟ କୋଭିଡ ଗାଇଡଲାଇନକୁ କଡାକଡି କରିବା ପାଇଁ କୁହାଯାଇଛି । ଅତିକମରେ ୬ ଫୁଟ ଦୂରତା ଓ ଭିଡ ବଢିଲେ ହୋଟେଲ, ରେଷ୍ଟୁରାଣ୍ଟରେ ପାର୍ସଲ ବ୍ୟବସ୍ଥା ଆପଣେଇବାକୁ କୁହାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢିବାରେ ଲାଗିଛିନ । ଯାହାକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।ଏପିରିକି ଯଦି କେହି କୋଭିଡ଼ ନିୟମ ଉଲ୍ଲଂଘନ କରନ୍ତି । ତେବେ ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉଭୟ ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ