ରାଜ୍ୟ

ସମ୍ବଲପୁର ଜିଲ୍ଲା ବିଜେଡିର ପୂର୍ବତନ ସଭାପତି ଏବେ ବିଜେପିରେ

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା ବିଜେଡିର ପୂର୍ବତନ ସଭାପତି ପ୍ରମୋଦ ରଥ ଆଜି ବିଜେପିରେ ମିଶିଛନ୍ତି। ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସେ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶରେ ଅନୁପ୍ରାଣିତ ହେବା ସହ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସାଂଗଠନିକ କାର୍ଯ୍ୟ ଓ ବିଜେପି ସରକାର ଓଡ଼ିଶା ପ୍ରତି ଦେଉଥିବା ପ୍ରାଧାନ୍ୟ ପାଇଁ ବିଜେପି ଯୋଗ ଦେଇଛି। ଓଡ଼ିଶାରେ ଯେଉଁ ଭ୍ରଷ୍ଟାଚାର, ଦୁର୍ନୀତିଗ୍ରସ୍ତ ସରକାର ଚାଲିଛି ତାହାକୁ ଯଥାଶୀଘ୍ର ବିଜେପି ଗାଦିଚ୍ୟୁତ କରିବ ବୋଲି ଶ୍ରୀ ରଥ କହିଥିଲେ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ବିଜେପି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇଚାଲିଛି । ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ। ରାଜ୍ୟରେ ବିଜେପି ହିଁ ଏକମାତ୍ର ବିକଳ୍ପ। ଓଡ଼ିଶାରେ ଭ୍ରଷ୍ଟ ଓ ଦୁର୍ନୀତିଗ୍ରସ୍ତ ସରକାରକୁ ହଟାଇ ବିଜେପି ସରକାର ଗଢ଼ିବାର ସଂକଳ୍ପ ନେଇଛି। ମୋଦୀ ସରକାର ଓ ମୋଦୀ ଗ୍ୟାରେଣ୍ଟି ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ଼ କରିବ। କୋରାପୁଟ ଜିଲ୍ଲାର ପୂର୍ବତନ ଯୁବ ଛାତ୍ର କଂଗ୍ରେସ ସଭାପତି ତଥା ପୂର୍ବତନ ଅଖିଳ ଭାରତୀୟ କଂଗ୍ରେସ ସଦସ୍ୟ ରବୀନ୍ଦ୍ର ମହାପାତ୍ର ଓ ପି.ଗୋପାଳ ରାଓ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ବରଗଡ଼ ଜିଲ୍ଲା ଅତାବିରା ବ୍ଲକର ମଧୁସୂଦନ ଶର୍ମାଙ୍କ ନେତୃତ୍ୱରେ ବହୁ ପ୍ରମୁଖ ନେତା ବିଜେପିରେ ମିଶିଛନ୍ତି। ଗଞ୍ଜାମ ଜିଲ୍ଲା (ଘୁମୁସୁର)ର ବିଶିଷ୍ଟ ଚିକିତ୍ସକ ଡାକ୍ତର ବସନ୍ତ କୁମାର ଦାସ ବିଜେପିରେ ଯୋଗ ଦେଇଛନ୍ତି।

ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ଉପସଭାପତି ତଥା ବିଧାୟକ ନାଉରୀ ନାଏକ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୂର୍ବତନ ବିଧାୟକ ରବି ନାୟକ, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ଅନୀତା ଶୁଭଦର୍ଶିନୀ ପଟ୍ଟନାୟକ ଓ ଅଶୋକ ମିଶ୍ର ଉପସ୍ଥିତ ରହି ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ କସ୍ତୁରୀ ମିଶ୍ର ଓ ଘୁମୁସୁର ଜିଲ୍ଲା ସଭାପତି ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିଲେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।