ଅପରାଧ ରାଜ୍ୟ

ସମ୍ବଲପୁର: ବାଇକ୍‌କୁ ପିଟିଲା ଟ୍ରକ୍, ବାପ-ଝିଅ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ବୁର୍ଲା ଥାନା ଗୋଶାଳା ଫାଣ୍ଡି ଅଧୀନ ବୈଜାମୁଣ୍ଡାଠାରେ ଦିନ ୧୨ଟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ବାପା-ଝିଅଙ୍କ ମୃତ୍ୟୁ ହୋଇଯାଇଛି।

ଏକ ଟ୍ରକ୍‌ (ଏମ୍‌ଏଚ୍-୨୦ଇଜି-୯୪୯୬) ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ଏପରି ଦୁର୍ଘଟଣା ଘଟିଥିବା ସୂଚନା ରହିଛି। ମୃତକ ଦ୍ବୟ ହେଲେ ବରଗଡ଼ ଜିଲ୍ଲା ଅତାବିରା ଥାନା ଅଞ୍ଚଳର ଉତ୍କଳ ଭୋଇ ଓ ତାଙ୍କ ଝିଅ ଦିତେଶ୍ବରୀ ଭୋଇ। ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି।

ଗୋଶାଳା ଫାଣ୍ଡି ଅଧୀନରେ ଘଟିଥିବା ଏହି ଦୁର୍ଘଟଣା ପରେ ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଛି। ବାଇକ୍‌ରେ ୩ ଜଣ ଥିଲେ। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ତାଙ୍କୁ ବୁର୍ଲା ଥାନାକୁ ନିଆଯାଇଛି। ସେମାନେ ସମେସ୍ତ ବରଗଡ଼ରୁ ସମ୍ବଲପୁର ଆସୁଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।