ଅପରାଧ ରାଜ୍ୟ

ସମ୍ବଲପୁର ସଦର ଥାନାରେ ନାବାଳକଙ୍କୁ ଥାର୍ଡ ଡିଗ୍ରୀ ଘଟଣା : ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ପି

ସମ୍ବଲପୁର ୪।୮: ସମ୍ବଲପୁର ସଦର ଥାନାରେ ଜଣେ ନାବାଳକଙ୍କୁ ଥାର୍ଡ ଡିଗ୍ରୀ ଘଟଣାରେ ଏସପି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତି ଏସପି ଏହାର ତଦନ୍ତ କରିବେ ବୋଲି ଏସପି ସୂଚନା ଦେଇଛନ୍ତି । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି କହିଛନ୍ତି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ସଦର ଥାନାରେ ଜଣେ ନାବାଳକଙ୍କୁ ୬ ଦିନ ଧରି ଥାର୍ଡ ଡିଗ୍ରୀ ଦିଆଯାଇଥିବା ଅଭିଯୋଗ ହୋଇଥିଲା | ଜଣେ ଚଷମା ପିନ୍ଧା ଲେଡି ଅଫିସର ବାଡି ଓ ପାଇପ ସାହାଯ୍ଯରେ ନାବାଳକକୁ ପ୍ରତିଦିନ ମାଡ ମାରି ଚାଲୁଥିଲେ | ତେବେ ସେ ଲେଡି ଅଫିସର ଜଣକ କିଏ ? ଥାନାର ସିସିଟିଭି ଫୁଟେଜ୍ ଯାଂଚ କରିବା ସହ ଉପଯୁକ୍ତ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି | ଏହି ମାମଲା ସିଡବ୍ଲୁସିରେ ପହଂଚିବା ପରେ ପୋଲିସ ପାଇଁ ଅଡୁଆ ବଢିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।