ଅପରାଧ ରାଜ୍ୟ

ସରକାରୀ ଜାଗାରେ ଘର କରିବାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ବିବାଦ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ

ମାଲକାନଗିରି ୯।୬: ସରକାରୀ ଜାଗାରେ ଘର କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ ଏମଭି ୧୨୬ଗାଁର କିଛି ବଙ୍ଗାଳୀ ଲୋକ ମୁଖ୍ୟ ରାସ୍ତା କଡରେ ଥିବା ସରକାରୀ ଜମିରେ ଦୋକାନ ଓ ଘର ନିର୍ମାଣ କରି ଦୀର୍ଘ ୪୦ ବର୍ଷ ଧରି ରହି ଆସୁଛନ୍ତି । ହେଲେ କିଛି ଆଦିବାସୀ ନେତାଙ୍କ ପରାମର୍ଶରେ ବୁଧବାର ରାତିରେ ସ୍ଥାନୀୟ କିଛି ଆଦିବାସୀ ଯୁବକ ତାର ବାଡ ପକାଇ ସାହିକୁ ନିଜ କବଜାରେ ନେବକୁ ଚେଷ୍ଟା କରିଥିଲେ ।

ଏହି ଘଟଣାକୁ ନେଇ ଏମଭି ୧୨୬ଗାଁ ଲୋକେ ପୋଲିସ ଓ ପ୍ରଶାସନକୁ ଖବର ଦେଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା କେହି ଘଟଣାସ୍ଥଳରେ ପହଞ୍ଚି ନଥିବାରୁ ଲୋକେ ଉତ୍ତେଜିତ ହୋଇ ରାସ୍ତାରୋକ କରିଛନ୍ତି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ଅନେକ ଯାନବାହନ ଅଟକି ରହିଛି । ତାର ବାଡ ହଟା ନଯିବା ପର୍ଯ୍ୟନ୍ତ ରାସ୍ତାରୋକ ହଟିବ ନାହିଁ ବୋଲି ବଙ୍ଗାଳୀ ଲୋକେ ଧମକ ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।