ଅପରାଧ ରାଜ୍ୟ

ସରିଲା ରିମାଣ୍ଡ ଅବଧି: ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା ଚାଲିଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା ଉପରେ ତଦନ୍ତ କରିଛି  ଭିଜିଲାନ୍ସ। ଏନେଇ ପ୍ରଶାନ୍ତଙ୍କଠାରୁ ବହୁ ସୁରାକ୍ ମିଳିଥିବା କୁହାଯାଉଛି। ହେଲେ ଆଜି ପୁଣି ଭିଜିଲାନ୍ସ ରିମାଣ୍ଡ ପାଇଁ ଆବେଦନ କରିବ କି ନାହିଁ କି ପ୍ରଶାନ୍ତ ପୁଣି ଜେଲ୍ କୁ ଯିବେ ତାହା ଭିଜିଲାନ୍ସ ପ୍ରଶାନ୍ତଙ୍କୁ ସୁନ୍ଦରଗଡ଼ ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରିବା ପରେ ହିଁ ସ୍ପଷ୍ଟ ହୋଇପାରିବ।

ଗତ ମାସ ୨୪ ତାରିଖ ସନ୍ଧ୍ୟାରେ କୋଟିପତି ବାବୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ରାଉରକେଲା ଭିଜିଲାନ୍ସ ଡିଭିଜନର ସ୍ୱତନ୍ତ୍ର ଟିମ ଗିରଫ କରି ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରିଥିଲେ। କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରି ୧୪ ଦିନ ପାଇଁ ସୁନ୍ଦରଗଡ଼ ଜିଲ୍ଲା କାରାଗାରକୁ ପଠାଇ ଦେଇଥିଲେ। ଜୁଲାଇ ୭ ତାରିଖ ଯାଏଁ ସେ ହାଜତରେ ରହିବେ।

ସୂଚନାଯୋଗ୍ୟ,  ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ। କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ। ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା। ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଛି। ଏହି ଟଙ୍କାକୁ ସେ ବହି ରୢାକ୍ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଥିଲା।

ଏହା ପୂର୍ବରୁ ଭିଜିଲାନ୍ସ ବିଭାଗକୁ ପ୍ରଶାନ୍ତଙ୍କର ନବରଙ୍ଗପୁରସ୍ଥିତ ସରକାରୀ ବାସଭବନ, ଭୁବନେଶ୍ବର କାନନବିହାର ଏଚଆଇଜି-୧୧୫ରେ ଥିବା ଦୁଇ ମହଲା କୋଠା, ନବରଙ୍ଗପୁରସ୍ଥିତ ଅଫିସ, ଭଦ୍ରକ ବହୁଦରଡ଼ାରେ ଥିବା ପୈତୃକ ଘର ସଂପର୍କରେ ସୂଚନା ମିଳି ସାରିଥିଲା। ବେଆଇନ କାରବାର ପାଇଁ ବାଲିମାଫିଆ, ଖଣି ମାଫିଆ, ଜଙ୍ଗଲ ମାଫିଆ ଓ ଉନ୍ନୟନ କାମ ବାବଦରେ ଠିକାଦାରଙ୍କଠାରୁ ଟଙ୍କା ଠୁଳ କରିଥିବା କୁହାଯାଉଛି। କିନ୍ତୁ ତଦନ୍ତ ପରେ ହିଁ ସବୁ କିଛି ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି। ଦୁଇଜଣ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ବରେ ୭ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ସାମିଲ ହୋଇଥିଲ‌େ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।