ଦେଶ ବିଦେଶ ସ୍ୱାସ୍ଥ୍ୟ

ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁର କରୋନା ପଜିଟିଭ, ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ପରୀକ୍ଷା କରାଇବାକୁ ନିବେଦନ

ନୂଆଦିଲ୍ଲୀ ୩୧/୦୧: ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଟୁଇଟ୍ କରି ସେ ଏନେଇ ନିଜେ ସୂଚନା ଦେଇଛନ୍ତି । ଟ୍ୱିଟ୍ କରି ଲେଖିଛନ୍ତି ଯେ ଆଜି ମୋର କରୋନା ରିପୋର୍ଟ ପଜିଟିଭ ଆସିଛି । ମୁଁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛି । ଯେଉଁମାନେ ୨ ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ କରିଛନ୍ତି, ସେମାନଙ୍କୁ ସତର୍କ ରହିବାକୁ ପରାମର୍ଶ । ଆବଶ୍ୟକ ହେଲେ କରୋନା ପରୀକ୍ଷା କରିବାକୁ ଅନୁରୋଧ କରାଯାଇଛି । ମୁଁ ଆପଣମାନଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ । ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେ ଆପଣ ସମସ୍ତେ ସୁସ୍ଥ ରୁହନ୍ତୁ ।

ଏଥିସହ, ସାଂସଦ ଠାକୁର କରୋନା କାଳରେ ପିତାମାତାଙ୍କଠାରୁ ମନଇଚ୍ଛା ଶୁଳ୍କ ନେଉଥିବା ଘରୋଇ ବିଦ୍ୟାଳୟ ପରିଚାଳନା ଅଭିଯୋଗ ଉପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ ସେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅନୁସନ୍ଧାନ ଏବଂ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି । ବେସରକାରୀ ବିଦ୍ୟାଳୟରେ ମନଇଚ୍ଛା ଶୁଳ୍କ ଆଦାୟ କରିବା ଏବଂ ଏନସିଆରଟି ବଦଳରେ ବେସରକାରୀ ଲେଖକଙ୍କ ପୁସ୍ତକରୁ ଶିକ୍ଷା ପାଇବା ନେଇ ସାଂସଦ ଅଭିଯୋଗ ଗ୍ରହଣ କରିଥିଲେ । ଏ ସମ୍ପର୍କରେ ସାଂସଦ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏକ ଚିଠି ଲେଖିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ