ରାଜ୍ୟ

ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୋଗରାଇ/ଚନ୍ଦନେଶ୍ବର/ଉଦୟପୁର: ସାପ କାମୁଡ଼ାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ଜଣକ ହେଲେ; ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ ପସରବିନ୍ଧା ପଞ୍ଚାୟତ ଅନ୍ତର୍ଗତ ବଡ଼ଆଉସା ଗ୍ରାମର କାର୍ତ୍ତିକ ଚନ୍ଦ୍ର ପରମାଣିକଙ୍କ ଏକମାତ୍ର ଝିଅ ପ୍ରତିଭା ପରମାଣିକ। ପ୍ରତିଭା ନିମାତପୁର ପଞ୍ଚାୟତ ଅନ୍ତର୍ଗତ ତାରାପୁର ସରକାରୀ ନୋଡାଲ୍‌ ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଥିଲେ। ଗତ ୧୧ ତାରିଖ ଦିନ ସନ୍ଧ୍ୟାରେ ସେ ରାସ୍ତାରେ ଚାଲିଚାଲି ଯାଉଥିବା ବେଳେ ସାପ କାମୁଡ଼ାର ଶିକାର ହୋଇଥିଲେ।

ତାଙ୍କୁ ସଙ୍ଗେ ସଙ୍ଗେ ବାଲେଶ୍ୱର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଆଇସିୟୁ ଫାଙ୍କା ନଥିବାରୁ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନହେବାରୁ ପ୍ରତିଭାଙ୍କୁ ପଶ୍ଚିମବଙ୍ଗ ରାଜ୍ୟ କଲିକତାସ୍ଥିତ ପିଜି ମେଡିକାଲ୍‌ କଲେଜ ଆଣ୍ଡ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପ୍ରତିଭାଙ୍କ ମରଶରୀର ଗାଁ’ରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପସରବିନ୍ଧା ସରପଞ୍ଚ ସୁମନ୍ତ ବେହେରା, ପଞ୍ଚାୟତ ସମିତି ସଦସ୍ୟ ପଙ୍କଜ କୁମାର ଜେନା, ନିମାତପୁର ସରପଞ୍ଚ ରାଜେନ୍ଦ୍ର ଦଳାଇ, ପଞ୍ଚାୟତ ସମିତି ସଦସ୍ୟ ଭଗବାନ ଚନ୍ଦ୍ର ରଣା, ତାରାପୁର ସରକାରୀ ନୋଡାଲ୍‌ ହାଇସ୍କୁଲ୍‌ର ପ୍ରଧାନଶିକ୍ଷକ ସଞ୍ଜିତ କୁମାର ମହାନ୍ତି ପ୍ରମୁଖଙ୍କ ସହ ଶତାଧିକ ଲୋକ ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।