ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ସାପ କାମୁଡାରେ ୪ ଦିନରେ ଗଲାଣି ୨ ଜଣଙ୍କ ଜୀବନ, ଜଣେ ଗୁରୁତର

ତେଲକୋଇ ୬।୬: ସାପ କାମୁଡାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଞ୍ଚଳରେ । ଏହି ଅଞ୍ଚଳରେ ସାପ କାମୁଡାରେ ୪ ଦିନରେ ଦୁଇ ଜଣଙ୍କ ଜୀବନ ଗଲାଣି ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ ଦୁଇ ଜଣଙ୍କୁ ଚିତି ସାପ କାମୁଡି ଦେଇଥିଲା । ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ଦୋବଲାପାଳ ଗାଁର ଚୁମକି ମହାକୁଡ଼ ଓ ଗୁରୁତର ହେଲେ ଦୁଲ୍ଲଭପୁର ଗାଁର ରିମା ପରିଡା ।

ସେହିପରି ଗତ ଶନିବାର ଦିନ ସୁନ୍ଦରିଆ ଗାଁର ଶ୍ରୀକାନ୍ତ ନାୟକଙ୍କର ସାପ କାମୁଡାରେ ମୃତ୍ୟୁ ହୋଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।