ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ସାମୁଦ୍ରିକ ବାତ୍ୟା ‘ନିଭାର’ ଯୋଗୁଁ ତାମିଲନାଡୁରେ ତିନିଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଗୁରୁବାର ପ୍ରତ୍ୟୁଷରେ ସାମୁଦ୍ରିକ ବାତ୍ୟା ‘ନିଭାର’ ସ୍ଥଳଭାଗରେ ପ୍ରବେଶ କରିବା କାରଣରୁ ତାମିଲନାଡୁରେ ଅନ୍ୟୂନ ତିନିଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିିଛି ଏବଂ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ବାତ୍ୟା ଯୋଗୁଁ ଓ ପୁଡୁଚେରୀ ଓ ତାମିଲନାଡୁରେ ଅନେକ ଗଛ ଓ ବିଜୁଳି ଖୁଣ୍ଟ ଉପୁଡ଼ି ପଡ଼ିଛି।

ତାମିଲନାଡୁର ଅତିରିକ୍ତ ସଚିବ ଅତୁଲ୍ୟ ମିଶ୍ର କହିଛନ୍ତି, ତିନିଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ଏବଂ ତିନିଜଣ ବ୍ୟକ୍ତି ଆହତ ହୋଇଛନ୍ତି। ୧୦୧ଟି ଚାଳଘର ଭାଙ୍ଗିଯାଇଛି ଏବଂ ଉପୁଡ଼ି ପଡ଼ିଥିବା ୩୮୦ଟି ଗଛ ହଟାଇ ଦିଆଯାଇଛି। ଅତ୍ୟାବଶ୍ୟକ ସେବା ପୁଣି ସମ୍ପୂର୍ଣ୍ଣରୂପେ ଚାଲୁ ହୋଇଛି।

ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାମିଲନାଡୁ ଓ ପୁଡୁଚେରୀର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇ କେନ୍ଦ୍ରରୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସାମୁଦ୍ରିକ ବାତ୍ୟା ସ୍ଥଳଭାଗରେ ପ୍ରବେଶ କରିବା ପରେ କେନ୍ଦ୍ର ସରକାର ତାମିଲନାଡୁ ଓ ପୁଡୁଚେରୀ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି। ସହାୟତା ନିମନ୍ତେ ‘ଏନ୍‌ଡିଆର୍‌ଏଫ୍‌’ କର୍ମଚାରୀମାନେ କ୍ଷେତ୍ରବିଶେଷରେ ଉପସ୍ଥିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ