ଦେଶ ବିଦେଶ ରାଜନୀତି

ସୁରିନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଇନ୍ଦୋରଠାରେ ୧୭ଶ ପ୍ରବାସୀ ଭାରତୀୟ ଦିବସ ଅବସରରେ ସୁରିନାମ ରାଷ୍ଟ୍ରପତି ଚନ୍ଦ୍ରିକାପେରସାଦ ସନ୍ତୋଖୀଙ୍କୁ ଭେଟିଛନ୍ତି।। ଜାନୁୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଔପଚାରିକ ଭାରତ ଗସ୍ତରେ ଥିବା ରାଷ୍ଟ୍ରପତି ସନ୍ତୋଖୀ ଏହି ଦିବସର ସ୍ୱତନ୍ତ୍ର ଅତିଥି ହୋଇଛନ୍ତି।

ବୈଠକରେ ଉଭୟ ନେତା ଦୁଇପକ୍ଷର ସ୍ୱାର୍ଥସମ୍ବଳିତ ହାଇଡ୍ରୋକାର୍ବନ, ପ୍ରତିରକ୍ଷା, ସାମୁଦ୍ରିକ ସୁରକ୍ଷା, ଡିଜିଟାଲ ପଦକ୍ଷେପ ଓ ଆଇସିଟି ଏବଂ ଦକ୍ଷତା ନିର୍ମାଣ ସମ୍ପର୍କରେ ଆଲୋଚନା କରିଛନ୍ତି। ସୁରିନାମ ନେଇଥିବା ଲାଇନ୍ସ ଅଫ୍ କ୍ରେଡିଟ୍ ଅନ୍ତର୍ଗତ ଋଣକୁ ଭାରତ ଦ୍ୱାରା ପୁର୍ନଗଠନକୁ ସୁରିନାମ ପ୍ରଶଂସା କରିଛି। ରାଷ୍ଟ୍ରପତି ସନ୍ତୋଖୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ସେ ମଙ୍ଗଳବାର ଉଦ୍‌ଯାପନୀ ଅଧିବେଶନରେ ଯୋଗ ଦେବା ସହ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ସମାରୋହରେ ଭାଗ ନେବେ। ସେ ଇନ୍ଦୋରଠାରେ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ ୨୦୨୩ରେ ମଧ୍ୟ ଭାଗ ନେବେ। ପରେ ସେ ଅହମଦାବାଦ ଓ ଦିଲ୍ଲୀଗସ୍ତ କରିବେ।.

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର