ରାଜ୍ୟ ସ୍ପେଶାଲ ରିପୋର୍ଟ

ସୁରେଶ ମହାପାତ୍ର ଓଇଆର୍‌ସି ଅଧ୍ୟକ୍ଷ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରା‌ଜ୍ୟ ସରକାର ରବିବାର ଦିନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଯେବେ ଠାରୁ ଦାୟିତ୍ବ ଗ୍ରହଣ କରିବେ ସେବେଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହେବ ବୋଲି ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ମହାପାତ୍ରଙ୍କର ଆସନ୍ତା ୨୮ତାରିଖରେ ମୁଖ୍ୟ ସଚିବ ଭାବେ କାର୍ଯ୍ୟକାଳ ଶେଷ ହେଉଥିବା ବେଳେ ଏହା ପୂର୍ବରୁ ରାଜ୍ୟ ସରକାର ଏହି ନିଯୁକ୍ତି ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଓଇଆର୍‌ସି ଅଧ୍ୟକ୍ଷ ଭାବେ ଉପେନ୍ଦ୍ର ନାଥ ବେହେରାଙ୍କର ୧୫ ଜାନୁଆରି ୨୦୨୨ରେ କାର୍ଯ୍ୟକାଳ ‌ଶେଷ ହେବା ପରେ ଅଧ୍ୟକ୍ଷ ପଦବି ଖାଲି ପଡ଼ିଥିଲା। ଏହି ପଦବି ବହୁ ଗୁରୁତ୍ବପୂର୍ଣ୍ଣ ହୋଇଥିଲେ ବି ରାଜ୍ୟ ସରକାର କାହାକୁ ନିଯୁକ୍ତି ଦେଇନଥିଲେ। ଏପରିକି ଶ୍ରୀ ବେହେରାଙ୍କ କାର୍ଯ୍ୟକାଳ ଶେଷ ହେବାର ପରଦିନ ଅର୍ଥାତ୍ ୧୬ ଜାନୁଆରି ୨୦୨୨ରେ ଓଇଆରସି ଅଧ୍ୟକ୍ଷ ନିଯୁକ୍ତି ପାଇଁ ରାଜ୍ୟ ସରକାର ବିଜ୍ଞାପନ ଦେଇଥିଲେ। ଜାନୁଆରି ୨୧ ତାରିଖ ସୁଦ୍ଧା ଇଚ୍ଛୁକ ପ୍ରାର୍ଥୀମାନେ ଆବେଦନ କରିବାକୁ ଆହ୍ବାନ କରାଯାଇଥିଲା। ହେଲେ ଏହାପରେ ବି କାହାକୁ ନିଯୁକ୍ତି ଦିଆଯାଇନଥିଲା।

ଯେତେବେଳେ କି ଓଡ଼ିଶା ବିଦ୍ୟୁତ୍ ଆଇନ, ୨୦୦୩ର ଧାରା ୮୫ ଅନୁସାରେ, ଆୟୋଗର ଅଧ୍ୟକ୍ଷ ଅବସର ନେବାର ୬ମାସ ପୂର୍ବରୁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବେ। ତିନିମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ଶେଷ ହେବ। ଏହାଦ୍ବାରା ଓଇଆର୍‌ସିରେ ଅଧ୍ୟକ୍ଷ ପଦବି କେବେବି ଖାଲି ପଡ଼ିବନି। କିନ୍ତୁ ୧୩ ମାସ ଖାଲି ପଡ଼ିବା ପରେ ରାଜ୍ୟ ସରକାର ଶ୍ରୀ ମହାପାତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।