ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ଥିତି ଅସମ୍ଭାଳ କଲାଣି ନିଅଣ୍ଟିଆ ବର୍ଷା

ଭୁବନେଶ୍ବର: ଲଗାତାର ନିଅଣ୍ଟିଆ ବର୍ଷା ଜୁଲାଇର ସ୍ଥିତିକୁ ଅଧିକ ସାଂଘାତିକ କଲାଣି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବମୋଟ ୬.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହା ସ୍ବାଭାବିକ ବର୍ଷା ୯.୬ ମିମି ତୁଳନାରେ ୩୭% କମ୍‌ ରହିଛି। ଏଥିସହ ୧ ଜୁନ୍‌ରୁ ଆଜି ୧୨ ଜୁଲାଇ ମଧ୍ୟରେ ରାଜ୍ୟରେ ୨୩୮.୮ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ବାଭାବିକ ବର୍ଷା ୩୨୩.୬ ମିମି ତୁଳନାରେ ୨୬% କମ୍‌।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନ ଯଥା, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଣୁ ଏହି ଜିଲ୍ଲା ପାଣି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୪ ତାରିଖ ଦିନ ବର୍ଷାର ବିସ୍ତୃତି ବଢ଼ିପାରେ। ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ବର୍ଷା ମଧ୍ୟ ହୋଇପାରେ। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।