ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ନାନଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ, ବିଭିନ୍ନ ପର୍ଯ୍ୟାୟ ନୀତି ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି

ପୁରୀ ୧୨।୦୬ : ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ସ୍ନାନଯାତ୍ରା ଓ ଆସନ୍ତା ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ଦଇତାପତି ମାନେ ପ୍ରବେଶ କରିଛନ୍ତି। ଆଜି ସଂଧ୍ୟା ଧୂପ ପରେ ଦଇତପତି ମାନେ ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ।

ସେହିପରି ସ୍ନାନଯାତ୍ରା ପହଣ୍ଡି ପାଇଁ କୋଠସୁଆଂସିଆ ସେବକମାନେ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ସୋମବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରିବେ। ଏସମସ୍ତ ନିତୀ ପାଇଁ ଦଇତାପତି ମାନେ ଆଜି ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି।

ସେପଟେ ଶନିବାର ରୁକ୍ମିଣୀ ହରଣ ଏକାଦଶୀ ଅବସରରେ ମହାପ୍ରଭୁଙ୍କ ବିବାହ ନୀତି ପରେ ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କ ଗୁଆଲି ନୀତି ଅନୁଷ୍ଠିତ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ