ଅପରାଧ ରାଜ୍ୟ

ସ୍ବାମୀଙ୍କ ଉପରେ ରାଗ, ପତ୍ନୀଙ୍କୁ ଗଣଦୁଷ୍କର୍ମ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଫୁଲବାଣୀ: ସ୍ବାମୀଙ୍କ ଉପରେ ରାଗ ଶୁଝାଇବା ପାଇଁ ପତ୍ନୀଙ୍କୁ ଗଣଦୁଷ୍କର୍ମ! କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଞ୍ଚଳରେ ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି। ଅଭିଯୁକ୍ତମାନେ ମହିଳାଙ୍କ ଘରେ ଥିବା କାର୍‌ ମଧ୍ୟ ଭଙ୍ଗାରୁଜା କରିଛନ୍ତି।

ଗତ ୨୨ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ସଦର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଅଭିଯୋଗ ଅନୁସାରେ ପ୍ରାୟ ଦୁଇମାସ ତଳେ ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ବ୍ୟକ୍ତି ମଦ ପିଇ ବିଚ୍‌ ରାସ୍ତାରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଗାଳିଗୁଲଜ କରୁଥିଲେ। ଏହିସମୟରେ ଉକ୍ତ ମହିଳାଙ୍କ ସ୍ବାମୀ ପ୍ରତିବାଦ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ତେଣୁ, ରାଗ ଶୁଝାଇବାକୁ ଯାଇ କିଛି ଯୁବକ ଜୋର୍‌ଜବରଦସ୍ତି ତାଙ୍କ ଘରେ ପଶିଥିଲେ। ସେତେବେଳେ ତାଙ୍କ ସ୍ବାମୀ ଘରେ ନଥିଲେ। ମହିଳା ଜଣକ ବିରୋଧ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କ ଉପରେ ତାହାର କୌଣସି ପ୍ରଭାବ ପଡ଼ିନଥିଲା। ସେମ‌ାନେ ଗଣଦୁଷ୍କର୍ମ କରିଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ସେହି ଗ୍ରାମରେ ଉତ୍ତେଜନା ସୃଷ୍ଟି‌ ହୋଇଛି। ଏ ସମ୍ପର୍କରେ ସଦର ଥାନାଧିକାରୀ ସମୀର କୁମାର ରାଉତ କହିଛନ୍ତି, ଧର୍ମକୁ ନେଇ ଆକ୍ଷେପ ପ୍ରତିଆକ୍ଷେପର ଅନୁସନ୍ଧାନ ଚାଲିବା ସହିତ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।