ଅପରାଧ ରାଜ୍ୟ

ସ୍ୱାମୀ ସାମ୍ନାରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ, ଜଣେ ନାବାଳକ ସହ ୪ ଗିରଫ

ବାଲେଶ୍ବର ୨୧।୦୯ : ସ୍ବାମୀଙ୍କ ସାମ୍ନାରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ବାଲେଶ୍ବର ସହର ଗୋଧିବସାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସ୍ବାମୀଙ୍କ ଉପସ୍ଥିତିରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ । ଘଟଣାରେ ଜଣେ ନାବାଳାକଙ୍କ ସମେତ ୪ ଗିରଫ ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିର ଏହି ଘଟଣା ଘଟିଛି। ବାଲେଶ୍ବର ଷ୍ଟେସନରେ ନିଜ ସମ୍ପର୍କୀୟଙ୍କୁ ଛାଡି ଘରକୁ ଫେରୁଥିଲେ ସ୍ୱାମୀ-ସ୍ତ୍ରୀ । ଏହି ସମୟରେ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ କରି ସ୍ତ୍ରୀଙ୍କୁ ଦୁଷ୍କର୍ମ କରିଥିଲେ ଦୁର୍ବୃତ୍ତ । ପରେ ମଙ୍ଗଳବାର ଦିନ ଏନେଇ ସହଦେବଖୁଣ୍ଡା ଥାନାରେ ମାମଲା ରୁଜୁ ହୋଇଥିଲା । ପୋଲିସ ଘଟଣାରେ ଛାନ୍‌ଭିନ୍‌ କରି ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ଗିରଫ ଚାରି ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।