ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ହତ୍ୟା ଘଟଣାର ତନାଘନା ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ : କ୍ରାଇମବ୍ରାଞ୍ଚ ଏଏସଆଇ ଗୋପାଳ ଦାସଙ୍କ ସର୍ଭିସ ପିସ୍ତଲ, ଗୁଳି ଜବତ କରିଛି। ଭୁବନେଶ୍ବର ଆପୋଲୋ ହସପିଟାଲରୁ ନବଙ୍କ ରକ୍ତ ଲଗା କପଡ଼ା ଆଦି ବି ଜବତ ହୋଇଛି। ଇତିମଧ୍ୟରେ ରସୁଲଗଡ଼ ଫରେନସିକ୍ ସାଇନ୍ସ ଲାବରେଟୋରିର ବାଲାଷ୍ଟିକ ବିଶେଷଜ୍ଞ ଇନସ୍ପେକ୍ଟର ଜୀବନାନନ୍ଦ ଜେନା ସାମିଲ ହୋଇଛନ୍ତି। ଏହି ଟିମ୍ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ ଅଭିଯୋଗକାରୀ ଓ ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରିଥିଲା। ଗାନ୍ଧୀ ଛକ ନିକଟସ୍ଥ ଘଟଣାସ୍ଥଳକୁ ଏହି ଟିମ୍ ଯାଇ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ଗୋଟିଏ ଖାଲି ଖୋକା ଏବଂ ଅନ୍ୟ ତଥ୍ୟ ପ୍ରମାଣ ଜବତ କରାଯାଇଛି। ଏହି ଟିମ୍ ୯ ଏମଏମ ପିସ୍ତଲ, ୩ ରାଉଣ୍ଡ ଜୀବନ୍ତ ଗୁଳି, ଅଭିଯୁକ୍ତ ଏଏସଆଇ ଗୋପାଳ କୃଷ୍ଣ ଦାସଙ୍କ ଏକ ମୋବାଇଲ୍ ଫୋନ ଜବତ କରିଛି। ବନ୍ଧୁକ ଓ ଗୁଳିର ବାଲାଷ୍ଟିକ ପରୀକ୍ଷା ଏବଂ ମତ ପାଇଁ ଫରେନସିକ ଲାବରେଟୋରିକୁ ପଠାଯାଇଛି।

ଏହା ସହିତ କ୍ରାଇମବ୍ରାଞ୍ଚ ଡିଏସପି ଶିଶିର ମିଶ୍ରଙ୍କ ନେତୃତ୍ବରେ କ୍ରାଇମବ୍ରାଞ୍ଚର ଅନ୍ୟ ଅଧିକାରୀ ଭୁବନେଶ୍ବରରେ ତଦନ୍ତ ଆରମ୍ଭ କରିଛି। କ୍ୟାପିଟାଲ୍ ହସପିଟାଲର ଏକ ଡାକ୍ତରୀ ଟିମ୍ ଶବକୁ ଅନୁଧ୍ୟାନ କରିବା ସହିତ ପଞ୍ଚନାମା କରିଥିଲେ। ଏହି ପ୍ରକ୍ରିୟାର ଭିଡିଓଗ୍ରାଫି ବି କରାଯାଇଛି। ଭିସେରା ନମୁନା ସଂଗ୍ରହ କରାଯାଇ ଫରେନସିକ୍ ଲାବରେଟୋରିକୁ ପଠାଯାଇଛି। ଅଭିଯୁକ୍ତ ଗୋପାଳକୁ କ୍ରାଇମବ୍ରାଞ୍ଚ ନିଜ ହେପାଜତକୁ ନେଇଥିବା ବେଳେ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର କରାଯାଇଛି। ତାଙ୍କୁ ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚ ଜେରା କରିବାକୁ ଯୋଜନା କରୁଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଏହି ଘଟଣାକୁ ନିଜେ ତଦନ୍ତ କରୁଥିବା ବେଳେ ବ୍ରଜରାଜନଗରରେ କ୍ୟାମ୍ପ ଖୋଲିଥିବା କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।