ରାଜ୍ୟ

ହଣ୍ଡପା ଥାନା ଉରୁକୁଳା ଛକରେ ଦୁର୍ଘଟଣା, ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର

ଆଠମଲ୍ଲିକ ୧୯/୧୧: ଆଠମଲ୍ଲିକ ହଣ୍ଡପା ଥାନା ଅନ୍ତଗତ ଉରୁକୁଳା ଛକରେ ବାଇକ ଦୁର୍ଘଟଣା ଗ୍ରସ୍ତ । ଦୁର୍ଘଟଣାରେ ଭଗବତୀ ମୁଖୀ ନାମୀ ମହିଳା ମୃତ । ଉରୁକୁଳା ଗ୍ରାମ ପଞ୍ଚାୟତର ଘନପୁର ଗ୍ରାମର ଭଗବତୀ ମୁଖୀ ଓ ତାଙ୍କ ସ୍ୱାମୀ ବିପିନି ମୁଖୀ ଏକ ବାଇକ ଯୋଗେ ନାକଚି ଯାଉଥିବା ସମୟରେ ବାଇକଟି ଭାରି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ଦୁର୍ଘଟଣାରେ ବାଇକ ପଛରେ ବସି ଥିବା ଭଗବତୀ ମୁଖୀ ରାସ୍ତା ଉପରକୁ ଛିଟିକି ପଡ଼ିଥିଲେ । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହେଇଥିଲା । ସ୍ତ୍ରୀଙ୍କ ମୃତ୍ୟୁ ହେବା ପରେ ସ୍ୱାମୀ ଗୁରୁତର ଅଛନ୍ତି । ମୃତ ଦେହ ଘରେ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।