ଅପରାଧ ରାଜ୍ୟ

ହଷ୍ଟେଲରେ ଚିକିତ୍ସା ଅବହେଳା ଅଭିଯୋଗ, ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ନୀଳଗିରି ୫।୮: ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ । ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଆଉ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଲେ ଛାତ୍ର । ଏଭଳି ଘଟଣା ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଳା ପଞ୍ଚାୟତରେ ଘଟିଛି।

ସୂଚନାଯୋଗ୍ୟ ଯେ, ଧୋବଶିଳା ପଞ୍ଚାୟତ ଖଇରିବଣୀଠାରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଆଦିବାସୀ ହଷ୍ଟେଲ ରହିଛି । ନିକଟ ରାବିଡ଼ିସାହି ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂଙ୍କ ୭ ବର୍ଷର ପୁଅ ତପୁ ହଷ୍ଟେଲରେ ରହି ଦ୍ବିତୀୟ ଶ୍ରେଣୀରେ ପଢୁଥିଲେ । କିଛି ଦିନ ଧରି ସେ ଅସୁସ୍ଥ ଥିଲେ । ଜ୍ବରରେ ମଧ୍ୟ ପୀଡିତ ଥିଲେ। ହଷ୍ଟେଲ ରୋଷେୟାଙ୍କୁ ମଧ୍ୟ କୋଭିଡ୍ ହୋଇଥିଲା । ତେବେ ହଷ୍ଟେଲ କର୍ତ୍ତୃପକ୍ଷ ମଧ୍ୟ ଏହାକୁ ହାଲୁକା ଭାବେ ନେଇଥିଲେ। ଛାତ୍ର ଜଣଙ୍କ ଗୁରୁତର ହେବାରୁ ଗୁରୁବାର ତାଙ୍କ ବାପାଙ୍କୁ ଡକାଇ ଘରକୁ ପଠାଇ ଦେଇଥିଲେ। ତାଙ୍କୁ ନୀଳଗିରି ଡାକ୍ତରଖାନାକୁ ନେଇ ଚିକିତ୍ସା କରିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ତେବେ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଏଭଳି ଚରମ ଅବହେଳା ପାଇଁ ମୃତ୍ୟୁ ଅଭିଯୋଗ ଆଣି ପରିବାର ଓ ଗାଁ ଲୋକେ ହଷ୍ଟେଲ ଆଗରେ ଧାରଣା ଦେଇଛନ୍ତି । ଏନେଇ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବା ବେଳେ ପରିବାର ଲୋକେ ନ୍ୟାୟ ମାଗିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।