ଦେଶ ବିଦେଶ ମନୋରଞ୍ଜନ

ହାଇକୋର୍ଟ ବିଚାରପତିଙ୍କୁ ଟ୍ବିଟ୍‌ କରିବା ପଡିଲା ମହଙ୍ଗା, ଗିରଫ ହେଲେ କନ୍ନଡ ଅଭିନେତା ଚେତନ କୁମାର

ନୂଆଦିଲ୍ଳୀ ୨୩।୦୨: ଟ୍ୱିଟ୍ କରିବା ପଡିଲା ମହଙ୍ଗା। ହିଜାବ ବିବାଦରେ ହାଇକୋର୍ଟ ବିଚାରପତିଙ୍କ ବିରୋଧରେ ଟ୍ବିଟ୍‌ କରିବା ପଡିଲା ଭାରି। ହାଇକୋର୍ଟ ବିଚାରପତିଙ୍କ ବିରୋଧରେ ମାନହାନିକର ଟ୍ୱିଟ୍ ପୋଷ୍ଟ କରି ଗିରଫ ହୋଇଛନ୍ତି କନ୍ନଡ ଅଭିନେତା ତଥା ସାମାଜିକ କର୍ମୀ ଚେତନ କୁମାର ଅହିଂସା।

ତାଙ୍କ ବିରୋଧରେ ଥାନାରେ ଆଇପିସିର ଧାରା ୫୦୫-୨, ୫୦୪ ଅନୁସାରେ ମାମଲା ଦାୟର ହେବା ପରେ ଚେତନଙ୍କୁ ଗିରଫ କରିଛି ବେଙ୍ଗାଲୁରୁ ସିଟି ପୋଲିସ। ଚେତନଙ୍କ ଗିରଫଦାରୀ ନେଇ ସୂଚନା ଦେଇଛନ୍ତି ଡେପୁଟି ପୋଲିସ କମିଶନର ଏମ.ଏନ. ଅନୁଚେଠ। ହିଜାବ ମାମଲାର ବିଚାର କରୁଥିବା ଜଣେ ହାଇକୋର୍ଟ ବିଚାରପତିଙ୍କ ବିରୋଧରେ ବିବାଦୀୟ ଟ୍ୱିଟ କରିଥିବାରୁ ପୋଲିସ ନିଜ ଆଡୁ ଏହି ମାମଲା ରୁଜୁ କରିଥିଲା।

ଚେତନ କୁମାର ୧୬ ଫେବୃଆରୀରେ ଜଷ୍ଟିସ କୃଷ୍ଣ ଦୀକ୍ଷିତଙ୍କ ବିଷୟରେ ଏକ ପୁରୁଣା ଟ୍ୱିଟକୁ ରିଟ୍ୱିଟ କରିଥିଲେ। ସେହି ପୁରୁଣା ଟ୍ୱିଟରେ ଜଷ୍ଟିସ କୃଷ୍ଣ ଦୀକ୍ଷିତଙ୍କୁ ଗିରଫ ପୂର୍ବରୁ ଜଣେ ବଳାତ୍କାର ଅଭିଯୁକ୍ତକୁ ଜାମିନ ପ୍ରଦାନ କରିବାକୁ କୁହାଯାଇଥିଲା। ଏହାକୁ ରିଟ୍ୱିଟ କରି ଚେତନ କୁମାର ହିଜାବ ବିବାଦକୁ ନେଇ ଜଷ୍ଟିସ କୃଷ୍ଣ ଦୀକ୍ଷିତଙ୍କ ଉପରେ ଆପତ୍ତିଜନକ ଟ୍ବିଟ୍‌ ଦେଇଥିଲେ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ