ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ହାଇଲେବୁଲ୍ କେନାଲରେ ଗାଧୋଉଥିଲେ ଯୁବକ, ପାଣିରେ ବୁଡି ଜୀବନ ଗଲା

ଚଣ୍ଡିଖୋଲ, ୧୫/୦୫: ବଡଚଣା ଥାନା ଧାନମଣ୍ଡଳ ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଶବର ସାହିରେ ଅଘଟଣ । ଉକ୍ତ ଗ୍ରାମର କଣ୍ଡୁରୀ ଦେହୁରୀଙ୍କ ପୁଅ ଚତୁରା ଦେହୁରୀ (୩୦)ଙ୍କର ହାଇଲେବୁଲ୍ କେନାଲରେ ଗାଧୋଇଲା ବେଳେ ପାଣିରେ ବୁଡି ମୃତ୍ୟୁ ହେଇଛି । ସେ ରାଜ୍ୟ ପନ୍ୟାଗାର ନିଗମରେ ଶ୍ରମିକ ଭାବେ କାମ କରୁଥିଲେ । ଶ୍ରମିକ କାମ ସାରି ଗାଧେଇ ଯାଇଥିବା ବେଳେ କୈଣସି କାରଣରୁ ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଥିଲା ।

ଚତୁରାଙ୍କର ତିନୋଟି ପିଲା ଥିବାବେଳେ ଘରେ ବିଧବା ମା ଅଛନ୍ତି । ଚତୁରା କେବଳ ଘରର ଏକମାତ୍ର ରୋଜଗାର କ୍ଷମ ବ୍ୟକ୍ତି ଥିଲେ । ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ବଡଚଣା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବଡଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଶବ ବ୍ୟବଛେଦ ପାଇଁ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।