ଅପରାଧ ରାଜ୍ୟ

ହାଟରେ ଲାଗିଲା ମାଓ ପୋଷ୍ଟର, ୨୦ରେ ଓଡିଶା ବନ୍ଦକୁ ସଫଳ କରିବାକୁ ଆହ୍ୱାନ

ପାଟଣାଗଡ଼ ୧୫।୦୫ : କିଛି ଦିନର ନୀରବତା ପରେ ପୁଣି ମାଓ ବ୍ୟାନର। ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ପୁଟୁକେଲଚୁଆ ଓ ଘୁନୁସର ମଝିରେ ଥିବା ବଜାର ପେଣ୍ଡାଲ ଠାରେ ପୃଥକ ପୃଥକ ସ୍ଥାନରେ ଦୁଇଟି ମାଓ ବ୍ୟାନର ଲାଗିଛି। ପୋଲିସ ଦମନ ବିରୋଧରେ ମେ ୨୦ ତାରିଖରେ ଏକ ଦିନ ପାଇଁ ଓଡ଼ିଶା ରାଜ୍ୟ ବନ୍ଦଡାକରାକୁ ସଫଳ କରିବାକୁ ମାଓବାଦୀମାନେ ବ୍ୟାନରରେ ଆହ୍ଵାନ କରିଛନ୍ତି।

ଖବର ଅନୁଯାୟୀ, ଗତ ଦୁଇ ବର୍ଷ ଭିତରେ ବର୍ବରତା ପୂର୍ବକ ପୁଲିସର ଗୁଳିବର୍ଷଣରେ ୨୦ ଜଣ ମାଓବାଦୀଙ୍କ ହତ୍ୟା କରାଯାଇଛି। ଏଥିପାଇଁ ମାଓବାଦୀମାନେ ମେ ୨୦ ତାରିଖ ଦିନ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବ୍ୟାନରରେ ଉଲ୍ଲେଖ କରାଯାଇଛି ଯେ, ରାଜନୈତିକ ସମାଧାନ ଦମନ ଅଭିଯାନ ନାମରେ ଦେଶ ଭିତରେ ଜନତା ଉପରେ ସରକାରଙ୍କ ଯୁଦ୍ଧକୁ ବିରୋଧ କରନ୍ତୁ । ଦେଶରୁ ସମ୍ମତି ଦବାଇବା ଲାଗି, ହିନ୍ଦୁତ୍ଵ, ଫାସିବାଦ ସରକାର ଦ୍ଵାରା ଚାଲଯାଉଥିବା ଦମନ ଅଭିଯାନକୁ ବିରୋଧ କରନ୍ତୁ ।

ରବିବାର ଦିନ ଘୁନୁସର ବଜାର ହୋଇଥିବା ବେଳେ ବଜାରକୁ ଆସିଥିବା ବ୍ୟବସାୟୀ ଓ ଜନସାଧାରଣ ଏହି ବ୍ୟାନର ଦେଖିଥିଲେ। ତେବେ ମାଓ ବ୍ୟାନର ଲାଗିଥିବା ସ୍ଥାନରେ ଲୋକମାନେ ଭୟଭୀତ ନହୋଇ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏହି ବ୍ୟାନର ଦୁଇଟିକୁ ଜବତ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।