ଅପରାଧ ରାଜ୍ୟ

ହାତୀ ଆକ୍ରମଣରେ ଜଣେ ମୃତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବଡ଼ବିଲ/ଗୁଆଲି/ଚମକପୁର : ବଡ଼ବିଲ ରେଞ୍ଜ୍‌ ଅନ୍ତର୍ଗତ ଗୁଆଲି ସେକ୍ସନର ପାଣ୍ଡୁଲିପଶି ଗ୍ରାମରେ ଆଜି ହାତୀ ଆକ୍ରମଣରେ ଜଣଙ୍କର ପ୍ରାଣଯାଇଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି, ଭୀମସେନ ନାଏକ(୬୦)।

ସୂଚନା ଅନୁସାରେ, ମୃତ ଭୀମସେନ ଶ୍ରୀମେଟାଲିକସ କାରଖାନାରେ ସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟ କରୁଛନ୍ତି। ସକାଳ ପ୍ରାୟ ସାଢେ଼ ସାତଟା ବେଳେ ସେ ଡିୟୁଟି ସାରି ନିଜ ଘରକୁ ଫେରୁଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ଆକ୍ରମଣ କରିବାକୁ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଗୁଆଲି ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଡାକ୍ତରଖାନାକୁ ପଠାଇଥିଲେ। ଅଭିଯୋଗ ଆଧାରରେ ରୁଗୁଡ଼ି ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇଛି।
କମ୍ପାନି କର୍ତ୍ତୃପକ୍ଷ ଭୀମ‌ସେନଙ୍କ ପରିବାର ଲୋକଙ୍କୁ ୧୧ ଲକ୍ଷ ଟଙ୍କାର କ୍ଷତିପୂରଣ ସହ ୩ପୁଅଙ୍କୁ ଚାକିରି ଦେବାପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷରେ, ମୃତକଙ୍କ ପରିବାରଙ୍କୁ ୪୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିବା ବଡ଼ବିଲ ଡେପୁଟି ରେଞ୍ଜର୍‌ ରଞ୍ଜନକୁମାର ପାଣି ପ୍ରକାଶ କରିଛନ୍ତି।

ରୁଗୁଡି ଥାନା ଶ୍ରୀମେଟାଲିକସ କାରଖାନାରେ ସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟକରୁଥିବା ଭୀମସେନ ନାଏକ। ପାଣ୍ଡୁଳିପଶି ଗ୍ରାମରୁ ଶ୍ରୀମେଟାଲିକସ କାରଖାନା ପର୍ଯ୍ୟନ୍ତ ୩ କିଲୋମିଟର ରାସ୍ତା ସମ୍ପୂର୍ଣ୍ଣ ଜଙ୍ଗଲିଆ ରାସ୍ତା। କାରଖାନାରେ ରାତି ୧୦ଟା ବେଳେ ଡ୍ୟୁଟିଥିବା ବେଳେ ହାତୀ ଭୟରେ ଭୀମସେନ ଗତକାଲି ସନ୍ଧ୍ୟା ୬ଟା ସମୟରେ ଯାଇଥିଲେ। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ କାରଖାନାରୁ ଘରକୁ ଫେରୁଥିବା ବେଳେ ୬ ଟିକିଆ ହାତୀପଲ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ଭୀମସେନଙ୍କ ମୃତ୍ୟୁ ଘଟିଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।