ରାଜ୍ୟ ସ୍ପେଶାଲ ରିପୋର୍ଟ

ହାତୀ ଆକ୍ରମଣରେ ମହିଳା ମୃତ

ତେଲକୋଇ: କେନ୍ଦୁଝର ଜିଲ୍ଲା ତୋଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଜଣେ ୱାର୍ଡମେମ୍ବର ବୋଲି ଜଣାପଡିଛି।

ସୂଚନା ମୁତାବକ ତେଲକୋଇ ବନାଞ୍ଚଳ ବନବିହାରୀପୁର ନୂଆଗାଁର ଉକ୍ତ ମହିଳା ଜଣକ ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ବଗିଚାରେ ଆମ୍ବ ଗୋଟାଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଗତକାଲି ରାତିରେ ଝଡ଼ ତୋଫାନ ହୋଇଥିଲା ତେଣୁ ଭୋର ସମୟରୁ ମୃତ ଦ୍ରୋପଦୀ ଘର ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟେଇବାକୁ ଗଲାବେଳକୁ ସେଠି ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀଟି ଦ୍ରୋପଦୀଙ୍କୁ ଶୁଣ୍ଢରେ ଆକ୍ରମଣ କରି ଫୋପାଡ଼ି ଦେଇ ପଳାଇଥିଲା। କିଛି ସମୟ ପରେ ଘରଲୋକେ ତାଙ୍କୁ ଉଦ୍ଧାର କରି ତେଲକୋଇ ମେଡିକାଲକୁ ଆଣିଥିଲେ ସେଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ଏ ଘଟଣା ପରେ ବନଭିଭାଗ ପକ୍ଷରୁ ମୃତଙ୍କ ପରିବାରକୁ ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯାଇଛି। ବନବିହାରୀପୁର ଅଞ୍ଚଳରେ ବର୍ତ୍ତମାନ ଏକ ୧୫ଟିକିଆ ହାତୀ ରହିଥିବା ଜଣାପଡିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।