ରାଜ୍ୟ

ହୋର୍ଡିଂ ହଟାଇବାରେ ସରକାରୀ ଅଧିକାରୀଙ୍କ ପାତରଅନ୍ତର

ଭୁବନେଶ୍ୱର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ସାରା ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲେ ହେଁ ଏଯାଏ ବିଜେଡିର ହୋର୍ଡିଂ, ପୋଷ୍ଟର, ଦଳୀୟ ଚିହ୍ନ, ବିଜେଡି ସଭାପତିଙ୍କ ଫଟୋ ଥିବା ସରକାରୀ ହୋର୍ଡିଂ ଓ ବିଜ୍ଞାପନ ସାଧାରଣ ସ୍ଥାନରୁ ହଟାଯାଉନାହିଁ। ଏହା ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଉଲ୍ଲଂଘନ କରୁଛି। ତେଣୁ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଜେପିର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନିକଟରେ ଦାବି କରିଛି।

ବିଜେପି ରାଜ୍ୟ ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇଛି ଯେ ଭୁବନେଶ୍ୱର ଓ କଟକ ମହାନଗର ନିଗମର ବିଭିନ୍ନ ୱାର୍ଡ ଅଫିସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବଡ଼ ଫଟୋ ଏବେବି ଲାଗିଛି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’, ‘ଆମ ଓଡ଼ିଶା ନୂଆ ଓଡ଼ିଶା’ ଲେଖା ଥିବା ବହୁ କଟ୍‌ଆଉଟ୍ ଓ ହୋର୍ଡିଂ ବିଭିନ୍ନ ଜାଗାରେ ପୂର୍ବଭଳି ରହିଛି। ଯେତେବେଳେ କି ସରକାରୀ ଅଧିକାରୀମାନେ ଏବେ ବାଛି ବାଛି ପ୍ରଧାନମନ୍ତ୍ରୀଙ୍କ ଫଟୋ ଓ ବିଜେପି ହୋର୍ଡିଂଗୁଡ଼ିକୁ କାଢ଼ୁଛନ୍ତି। ତେଣୁ ଆଦର୍ଶ ଆଚରଣ ବିଧିକୁ ଅବମାନନା କରୁଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଜେପି ଦାବି କରିଛି। ଏହି ପ୍ରତିନିଧି ଦଳରେ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜେନ୍ଦ୍ର ପଣ୍ଡା, ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ଲିଗାଲ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।