ରାଜ୍ୟ ସ୍ୱାସ୍ଥ୍ୟ

ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ

ଭୁବନେଶ୍ବର ୧୪।୪: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରିଛି । ରାଜ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ରେ ପହଞ୍ଚିଛି । ମୃତକ ୩ ଜଣ ଯାଜପୁର, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାର ରହିଛନ୍ତି । ମୋଟ୍ ମୃତ୍ୟୁ ସଂଖ୍ୟା ୧୯୩୩ରେ ପହଞ୍ଚିଛି ।

ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୪୫୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦ୍ବିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲାରେ ୩୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୫ଟି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହିଛି । ୮ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୦ ଉପରେ ରହିଛି ।

ରାଜ୍ୟରେ କରୋନା ସଂକ୍ରମଣ ବଢିବା ସହ ୟେଲୋ ଜୋନକୁ ଯାଇଛି ୫ଟି ଜିଲ୍ଲା । ସମ୍ବଲପୁର, ବରଗଡ, ନୂଆପଡା, କଳାହାଣ୍ଡି ଓ କଟକ ଜିଲ୍ଲା ୟେଲୋ ଜୋନ୍ କୁ ଯାଇଛି । ପୂର୍ବରୁ ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲା ରେଡ୍ ଜୋନକୁ ଯାଇସାରିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୫୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୪୬୧୭୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ