ରାଜ୍ୟ

୧୦ ଟଙ୍କାରୁ ଅଧିକ ହେବନି ସଂଗ୍ରହାଳୟର ପ୍ରବେଶ ଦେୟ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ(ଟିକେଟ୍‌) ୧୦ ଟଙ୍କାରୁ ଅଧିକ ହେବନାହିଁ। ଏହାସହ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦେଶ ଦେଇଛନ୍ତି। ରାଜ୍ୟରେ ଥିବା ସଂଗ୍ରହାଳୟଗୁଡ଼ିକ ଯେପରି ଅଧିକ ଲୋକପ୍ରିୟ ହେବ ଓ ପର୍ଯ୍ୟଟକମାନେ ସେଗୁଡ଼ିକୁ ପରିଦର୍ଶନର ସୁଯୋଗ ପାଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଓଡ଼ିଶା ହେଉଛି କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହି ମହାନ ଐତିହ୍ୟର ସଂରକ୍ଷଣ ଓ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛନ୍ତି। ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି। ଏଗୁଡ଼ିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକମାନଙ୍କୁ ଆକୃଷ୍ଟ କରିବା ଦିଗରେ ଏହି ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।