ରାଜ୍ୟ ସ୍ପେଶାଲ ରିପୋର୍ଟ

୧୦ ଯାଏ ହାଲୁକା ବର୍ଷା, ୧୧ରୁ ପୁଣି ଗରମ

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ପ୍ରଭାବରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ପ୍ରବେଶ କରୁଛି। ଏହି ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସି କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ମଧ୍ୟ ହେଉଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଦିନ ଓ ରାତିର ତାପମାତ୍ରାରେ ବିଶେଷ ପରିବ‌ର୍ତ୍ତନ ହେବାର ସମ୍ଭାବନା ନାହିଁ। ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୧୧ ତାରିଖ ବେଳକୁ ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।

ଏବେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଥିବା ବେଳେ ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକ ନ ହେଲେ କିଛି ସ୍ଥାନରେ ସାମାନ୍ୟ ଅଧିକ ରହୁଛି। ୫ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ‌ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାଶ କହିଛନ୍ତି। ଆଜି ଦିନ ସମୟରେ ରାଜ୍ୟର ୧୧ଟି ସହରର ତାପମାତ୍ରା ୩୬ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଥିବା ବେଳେ ବଲାଙ୍ଗୀରରେ ୩୬.୯, ଝାରସୁଗୁଡ଼ାରେ ୩୬.୮, ମାଲକାନଗିରି ୩୬.୭, ଟିଟିଲାଗଡ଼ରେ ୩୬.୫, ସୋନପୁର, ରାୟଗଡ଼ା ଓ ଭବାନୀପାଟଣାରେ ୩୬.୨, ନୟାଗଡ଼, ବୌଦ୍ଧ ଓ ତାଳଚେରରେ ୩୬ ଡିଗ୍ରି ରହିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।