ରାଜ୍ୟ ସ୍ପେଶାଲ ରିପୋର୍ଟ

୧୧ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ଫଳରେ ଆଜି ରାଜ୍ୟରେ ଖରାଟିଆ ପାଗ ଦେଖିବାକୁ ମିଳିଥିଲା। ୧୧ ଓ ୧୨ ତାରିଖ ଦିନ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ୧୨ ତାରିଖ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ଏଥିସହିତ ବର୍ଷା ସମ୍ଭାବନା ମଧ୍ୟ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।