ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୪୯୮ ପଜିଟିଭ୍

ଭୁବନେଶ୍ୱର ୨୦।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୫୮୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨୪ଜଣ, ବରଗଡ଼ ଜିଲ୍ଲାରୁ ୩୯୫ଜଣ, ଭଦ୍ରକ ଜିଲ୍ଲାରୁ ୧୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯୪ଜଣ, ବୌଦ୍ଧ ଜିଲ୍ଲାରୁ ୩୧୩ଜଣ, କଟକ ଜିଲ୍ଲାରୁ ୧୧୦୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୧ଜଣ, ଗଜପତି ଜିଲ୍ଲାରୁ ୮୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୫ଜଣ, ଯାଜପୁର ଜିଲ୍ଲାରୁ ୩୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୦୫ଜଣ, କନ୍ଧମାଳ ଜିଲ୍ଲାରୁ ୧୦୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୦୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୯୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯୭ଜଣ, କୋରାପୁଟ ଜିଲ୍ଲାରୁ ୨୬୬ଜଣ, ମାଲକାନାଗିରି ଜିଲ୍ଲାରୁ ୧୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪୬ଜଣ, ନୟାଗଡ଼ ଜିଲ୍ଲାରୁ ୩୮୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫୨ଜଣ, ପୁରୀ ଜିଲ୍ଲାରୁ ୪୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯୩ଜଣ, ସୋନପୁର ଜିଲ୍ଲାରୁ ୨୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୦୩ଜଣ , ଷ୍ଟେଟ୍‌ ପୁଲ୍‌ରୁ ୨୬୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୫୫୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୮୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୬୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୧୮୯୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ